ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, କହିଲେ ଭାରତ-ବିଶ୍ୱ ପାଇଁ ଏକ…

ନୂଆଦିଲ୍ଲୀ,୧ା୧: ଇଂରାଜୀ ନବବର୍ଷ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା! ୨୦୨୫ ବର୍ଷ ସମସ୍ତଙ୍କ ପାଇଁ ଆନନ୍ଦ, ସୌହାର୍ଦ୍ଦ୍ୟ ଏବଂ ସମୃଦ୍ଧତା ଆଣୁ। ଏହି ଅବସରରେ ଆସନ୍ତୁ ଭାରତ ଏବଂ ବିଶ୍ୱ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ଅନ୍ତର୍ଭୁକ୍ତ ଏବଂ ସ୍ଥାୟୀ ଭବିଷ୍ୟତ ସୃଷ୍ଟି ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ଆମର ପ୍ରତିବଦ୍ଧତାକୁ ନବୀକରଣ କରିବା। ସେହିପରି ପ୍ରଧାନମନ୍ତ୍ରୀ […] The post ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, କହିଲେ ଭାରତ-ବିଶ୍ୱ ପାଇଁ ଏକ… appeared first on Dharitri Odia News.

ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, କହିଲେ ଭାରତ-ବିଶ୍ୱ ପାଇଁ ଏକ…

ନୂଆଦିଲ୍ଲୀ,୧ା୧: ଇଂରାଜୀ ନବବର୍ଷ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ରାଷ୍ଟ୍ରପତି ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା! ୨୦୨୫ ବର୍ଷ ସମସ୍ତଙ୍କ ପାଇଁ ଆନନ୍ଦ, ସୌହାର୍ଦ୍ଦ୍ୟ ଏବଂ ସମୃଦ୍ଧତା ଆଣୁ। ଏହି ଅବସରରେ ଆସନ୍ତୁ ଭାରତ ଏବଂ ବିଶ୍ୱ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ଅନ୍ତର୍ଭୁକ୍ତ ଏବଂ ସ୍ଥାୟୀ ଭବିଷ୍ୟତ ସୃଷ୍ଟି ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ଆମର ପ୍ରତିବଦ୍ଧତାକୁ ନବୀକରଣ କରିବା।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦେଶବାସୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ ମିଳୁ।

ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌
କରି ଲେଖିଛନ୍ତି, ଆପଣ ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା। ଏହି ବର୍ଷ ଆପଣଙ୍କ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧତା ଏବଂ ଉତ୍ତମ ସ୍ବାସ୍ଥ୍ୟ ଆଣିଦେଉ। ଏହା ମୋର କାମନା।

The post ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, କହିଲେ ଭାରତ-ବିଶ୍ୱ ପାଇଁ ଏକ… appeared first on Dharitri Odia News.