ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି। ଟିକେଟ ପାଇଥିବାରୁ ଜଣକ ପରେ ଜଣେ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି। ରେଢ଼ାଖୋଲ ବିଜେଡି ବିଧାନସଭା ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ, କଟକ ଲୋକ ସଭା ପ୍ରାର୍ଥୀ ସଂତୃପ୍ତ ମିଶ୍ର, ଜୟପୁର ବିଧାୟିକା ପ୍ରାର୍ଥୀ ଇନ୍ଦିରା ନନ୍ଦ, ଚିତ୍ରକୋଣ୍ଡା ବିଧାୟିକା ପ୍ରାର୍ଥୀ ଲକ୍ଷ୍ମୀପ୍ରିୟା ନାୟକ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ସେହିପରି […] The post ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼ appeared first on Dharitri Odia News.

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି। ଟିକେଟ ପାଇଥିବାରୁ ଜଣକ ପରେ ଜଣେ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି। ରେଢ଼ାଖୋଲ ବିଜେଡି ବିଧାନସଭା ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ, କଟକ ଲୋକ ସଭା ପ୍ରାର୍ଥୀ ସଂତୃପ୍ତ ମିଶ୍ର, ଜୟପୁର ବିଧାୟିକା ପ୍ରାର୍ଥୀ ଇନ୍ଦିରା ନନ୍ଦ, ଚିତ୍ରକୋଣ୍ଡା ବିଧାୟିକା ପ୍ରାର୍ଥୀ ଲକ୍ଷ୍ମୀପ୍ରିୟା ନାୟକ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ସେହିପରି ଦେବଗଡ଼ ବିଧାୟିକା ପ୍ରାର୍ଥୀ ଅରୁନ୍ଧତୀ ଦେବୀ, ନିମାପଡ଼ା ବିଧାୟକ ପ୍ରାର୍ଥୀ ଦିଲୀପ ନାୟକ, ଅନୁଗୋଳ ବିଧାୟିକା ପ୍ରାର୍ଥୀ ସଂଯୁକ୍ତା ସିଂ, ସାନଖେମୁଣ୍ଡି ବିଧାୟିକା ପ୍ରାର୍ଥୀ ସୁଲକ୍ଷଣା ଗୀତାଞ୍ଜଳି ଦେବୀ, ପଦ୍ମପୁର ବିଧାୟିକା ପ୍ରାର୍ଥୀ ବର୍ଷା ସିଂ ବରିହା ନବୀନ ନିବାସରେ ପହଞ୍ଚି ଦଳର ସଭାପତିଙ୍କୁ ସାକ୍ଷାତ କରି ଧନ୍ୟବାଦ ଦେବା ସହ ଆଶୀର୍ବାଦ ନେଇଛନ୍ତି।

The post ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼ appeared first on Dharitri Odia News.