ନବୀନ ନିବାସରେ ରକ୍ଷା ବନ୍ଧନ : ଛୋଟ ଛୋଟ ସ୍କୁଲ ପିଲା ନବୀନଙ୍କ ହାତରେ ବାନ୍ଧିଲେ ରାକ୍ଷୀ

ଭୁବନେଶ୍ୱର : ରକ୍ଷା ବନ୍ଧନ ଅବସରରେ ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଙ୍କ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଗ୍ରହଣ କରି ସମସ୍ତଙ୍କୁ ରାଖୀ ପାଇଁ ଅଭିନନ୍ଦନ ଜଣାଇଥିଲେ। ଭୁବନେଶ୍ୱର ଭରତପୁର ସ୍ଥିତ ଲୁଇ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟର ଦୃଷ୍ଟି ବାଧିତ କୁନି କୁନି ଝିଅ ମାନେ ପ୍ରଥମେ ଶ୍ରୀ ପଟ୍ଟନାୟକଙ୍କୁ ରାଖୀ ବାନ୍ଧି […]

ନବୀନ ନିବାସରେ ରକ୍ଷା ବନ୍ଧନ : ଛୋଟ ଛୋଟ ସ୍କୁଲ ପିଲା ନବୀନଙ୍କ ହାତରେ ବାନ୍ଧିଲେ ରାକ୍ଷୀ
naveen 3

ଭୁବନେଶ୍ୱର : ରକ୍ଷା ବନ୍ଧନ ଅବସରରେ ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଙ୍କ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଗ୍ରହଣ କରି ସମସ୍ତଙ୍କୁ ରାଖୀ ପାଇଁ ଅଭିନନ୍ଦନ ଜଣାଇଥିଲେ।

WhatsApp Image 2024 08 19 at 14.54.28 ef423547 scaled

ଭୁବନେଶ୍ୱର ଭରତପୁର ସ୍ଥିତ ଲୁଇ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟର ଦୃଷ୍ଟି ବାଧିତ କୁନି କୁନି ଝିଅ ମାନେ ପ୍ରଥମେ ଶ୍ରୀ ପଟ୍ଟନାୟକଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ। ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ପିଲା ମାନଙ୍କୁ ଆଶୀର୍ବାଦ କରିବା ସହ ସମସ୍ତଙ୍କୁ ଉପହାର ଦେଇଥିଲେ। ପରେ ପରେ ଲା କିଡ଼ସ ପ୍ଲେ ସ୍କୁଲର କୁନି କୁନି ପିଲାମାନେ ରାଖୀ ବାନ୍ଧି ଥିଲେ। ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାସଙ୍କ ନେତୃତ୍ୱରେ ବିଭିନ୍ନ ୱାର୍ଡର କର୍ପୋରେଟର ମାନେ ମଧ୍ୟ ନବୀନ ପଟ୍ଟନାୟକଙ୍କୁ ଭେଟି ରାଖୀ ବାନ୍ଧି ଥିଲେ।

WhatsApp Image 2024 08 19 at 14.54.29 635cc40f scaled

ପୂର୍ବତନ ମନ୍ତ୍ରୀ ଉଷା ଦେବୀ ବିଜୁ ଜନତା ଦଳ ମୁଖପାତ୍ର ଲେଖାଶ୍ରୀ ସାମନ୍ତ ସିଂହାର, ଭାରତ ସ୍କାଉଟ ଏବଂ ଗାଇଡିସର ସ୍ବେଛାସେବୀ ମାନେ ଭୁବନେଶ୍ୱର ବ୍ରହ୍ମକୁମାରୀ ବିଶ୍ୱବିଦ୍ୟାଳୟର ବ୍ରହ୍ମକୁମାରୀ ଓ ବ୍ରାହ୍ମକୁମାର ମାନେ,ଲିଙ୍ଗରାଜ ବିହାର ଓ ଏୟାର ପୋର୍ଟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର ଛାତ୍ରୀ ମାନେ ଓ ସମାଜ ର ବିଭିନ୍ନ ବର୍ଗର ଜନସାଧାରଣ ମାନେ ଶ୍ରୀ ପଟ୍ଟନାୟକଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ।

WhatsApp Image 2024 08 19 at 14.54.32 f2341421 scaled