ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ
କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ଦିଆଯାଇଥିବା ନିର୍ଯାତନା ଘଟଣା ଏବଂ ରାଜ୍ୟ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସିଂଦେଓ କହିଛନ୍ତି, ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯାହା […] The post ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ appeared first on Dharitri Odia News.
କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ଦିଆଯାଇଥିବା ନିର୍ଯାତନା ଘଟଣା ଏବଂ ରାଜ୍ୟ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସିଂଦେଓ କହିଛନ୍ତି, ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯାହା ପଦକ୍ଷେପ ନିଆଯିବା କଥା ତାହା ନିଆଯାଇଛି। ଏହି ପ୍ରସଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଂଦେଓ ଟାର୍ଗେଟ୍ କରିଛନ୍ତି। ନବୀନ ଯେଉଁ କଥା କହିଛନ୍ତି ତାହାକୁ ବିଚାର କରିବା ପୂର୍ବରୁ ପ୍ରଥମେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ଘଟଣାରେ ସେ କ’ଣ ପଦକ୍ଷେପ ନେଇଛନ୍ତି ତାହାର ଉତ୍ତର ରଖନ୍ତୁ ବୋଲି ସିଂଦେଓ କହିଛନ୍ତି।
The post ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ appeared first on Dharitri Odia News.