ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଦମନ ଫିଲ୍ମର କଳାକାର

ଭୁବନେଶ୍ୱର: ନବୀନଙ୍କୁ ଭେଟିଲେ ଦମନ ଫିଲ୍ମର କଳାକାର। ମ୍ୟାଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ନବୀନ ନିବାସଠାରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ।ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ର ଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ। ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ।ଦମନ ଚଳଚିତ୍ରର ଅଭିନେତା ବାବୁ ସାନଙ୍କ ସମେତ ନିର୍ଦ୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ ।

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଦମନ ଫିଲ୍ମର କଳାକାର

ଭୁବନେଶ୍ୱର: ନବୀନଙ୍କୁ ଭେଟିଲେ ଦମନ ଫିଲ୍ମର କଳାକାର। ମ୍ୟାଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ନବୀନ ନିବାସଠାରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ।

ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ର ଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ। ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ।

ଦମନ ଚଳଚିତ୍ରର ଅଭିନେତା ବାବୁ ସାନଙ୍କ ସମେତ ନିର୍ଦ୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ ।