ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୬।୧୦: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ଶେୟାର କରି ସେ କହିଛନ୍ତି,ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ନିକଟରେ ଉତ୍ତମ ସ୍ବାସ୍ଥ୍ୟ ଓ ନିରାମୟ ଜୀବନ କାମନା କରୁଛି। ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌ର ଜବାବ […] The post ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ appeared first on Dharitri Odia News.

ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୬।୧୦: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ଶେୟାର କରି ସେ କହିଛନ୍ତି,ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ନିକଟରେ ଉତ୍ତମ ସ୍ବାସ୍ଥ୍ୟ ଓ ନିରାମୟ ଜୀବନ କାମନା କରୁଛି। ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌ର ଜବାବ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି, ଆପଣଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ।

ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନରେ ଶୁଭେଚ୍ଛା। ମହାପ୍ରଭୁଙ୍କ ପାଖରେ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି।


 

The post ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ appeared first on Dharitri Odia News.