ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି: ୧୦୦ ଛାତ୍ରୀଛାତ୍ର ଅସୁସ୍ଥ
ନବରଙ୍ଗପୁର,୨୪।୧: ନବରଙ୍ଗପୁର ଜିଲା ଖାତିଗୁଡ଼ା ସ୍ଥିତ ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି। ଝାଡ଼ାବାନ୍ତିରେ ଗୁରୁବାର ବିଦ୍ୟାଳୟର ଶହେରୁ ଅଧିକ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ହୋଇପଡିଥିଲେ। ସେମାନଙ୍କ ମଧ୍ୟରୁ ୯ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଶୁକ୍ରବାର ଅଧିକ ଆଉ ୫ଜଣ ଛାତ୍ରୀଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଖବର ପାଇ ସ୍କୁଲରେ ମେଡିକାଲ ଟିମ୍ ପହଞ୍ଚି ସ୍ଥିତି ଅନୁଧ୍ୟାନ […] The post ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି: ୧୦୦ ଛାତ୍ରୀଛାତ୍ର ଅସୁସ୍ଥ appeared first on Dharitri Odia News.
ନବରଙ୍ଗପୁର,୨୪।୧: ନବରଙ୍ଗପୁର ଜିଲା ଖାତିଗୁଡ଼ା ସ୍ଥିତ ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି।
ଝାଡ଼ାବାନ୍ତିରେ ଗୁରୁବାର ବିଦ୍ୟାଳୟର ଶହେରୁ ଅଧିକ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ହୋଇପଡିଥିଲେ। ସେମାନଙ୍କ ମଧ୍ୟରୁ ୯ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଶୁକ୍ରବାର ଅଧିକ ଆଉ ୫ଜଣ ଛାତ୍ରୀଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଖବର ପାଇ ସ୍କୁଲରେ ମେଡିକାଲ ଟିମ୍ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛି। କେଉଁ ପରିସ୍ଥିତିରେ ବିଦ୍ୟାଳୟରେ ଝାଡ଼ାବାନ୍ତି ବ୍ୟାପିଲା ତାକୁ ନେଇ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।
The post ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି: ୧୦୦ ଛାତ୍ରୀଛାତ୍ର ଅସୁସ୍ଥ appeared first on Dharitri Odia News.