ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ରାଉରକେଲା : ଆସନ୍ତା ନଭେମ୍ବର ୧୫ ତାରିଖରେ ଜନଜାତି ଗୌରବ ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଉରକେଲା ଆସିବେ ବୋଲି କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ସୂଚନା ଦେଇଛନ୍ତି। ୧୫ ତାରିଖ ଦିନ ସକାଳ ୧୧ଟାରେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିବା ପରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଉରକେଲାରେ ପହଞ୍ଚିବେ ବୋଲି ସୂଚନା ମିଳିଛି । ସୂଚନାଯୋଗ୍ୟ ଯେ ନଭେମ୍ବର ୧୫ ତାରିଖରେ ବିଶିଷ୍ଟ […]

ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prime Minister Narendra Modi arrived in Bhubaneswar

ରାଉରକେଲା : ଆସନ୍ତା ନଭେମ୍ବର ୧୫ ତାରିଖରେ ଜନଜାତି ଗୌରବ ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଉରକେଲା ଆସିବେ ବୋଲି କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ସୂଚନା ଦେଇଛନ୍ତି। ୧୫ ତାରିଖ ଦିନ ସକାଳ ୧୧ଟାରେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିବା ପରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଉରକେଲାରେ ପହଞ୍ଚିବେ ବୋଲି ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ ନଭେମ୍ବର ୧୫ ତାରିଖରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଆଦିବାସୀ ନେତା ବିର୍ସାମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀକୁ ସମଗ୍ର ଦେଶ ଜନଜାତି ଗୌରବ ଦିବସ ପାଳନ କରୁଥିବା ବେଳେ ରାଉରକେଲାରେ ଏହାକୁ ଚଳିତ ବର୍ଷ ଜାକଜକମରେ ପାଳନ କରାଯାଉଛି । ବିର୍ସାମୁଣ୍ଡା ଷ୍ଟାଡିୟମ୍ ଠାରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପ୍ରଧାନମନ୍ତ୍ରୀ ସହିଦ ମୋଧୋସିଂ ହାତ ଖର୍ଚ୍ଚ ବୃତ୍ତି ଯୋଜନା ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଏତଦବ୍ୟତୀତ ୪୫୦ଟି ପ୍ରାଥମିକ ସ୍କୁଲ ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଓଡିଆ ଅସ୍ମିତା କେନ୍ଦ୍ରର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ବୋଲି ଏକ ବିଶ୍ବସ୍ତ ସୂତ୍ରରୁ ଜଣାପଡିଛି ।