ନଭେମ୍ବର ୨୦ରୁ ଆରମ୍ଭ ହେବ ଧାନ ସଂଗ୍ରହ, ଉଚ୍ଚ ପଦାଧିକାରୀ, ଜିଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ
ଭୁବନେଶ୍ୱର,୧୩।୧୧: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଲୋକସେବା ଭବନ ଠାରେ, ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନାରୁ ଜଣାଯାଇଛି ଯେ, ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଓ ଜିଲ୍ଲାପାଳ ମାନେ ସମସ୍ତ ପ୍ରସ୍ତୁତି କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ଆସନ୍ତା ୨୦ ତାରିଖରେ ବରଗଡ ଜିଲ୍ଲାରୁ ଏହି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ୨୨ […] The post ନଭେମ୍ବର ୨୦ରୁ ଆରମ୍ଭ ହେବ ଧାନ ସଂଗ୍ରହ, ଉଚ୍ଚ ପଦାଧିକାରୀ, ଜିଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ appeared first on Dharitri Odia News.
ପଡୋଶୀ ରାଜ୍ୟ ସହିତ ଲାଗି ରହିଥିବା ଜିଲା ଗୁଡିକରେ ଯେପରି ବାହାର ରାଜ୍ୟର ଧାନ ନ ପଶିବ, ସେଥିପ୍ରତି ଜିଲ୍ଲାପାଳମାନେ ପ୍ରତ୍ୟକ୍ଷ ଭାବେ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସୀମାବର୍ତ୍ତୀ ଅଞ୍ଚଳରେ କ୍ୟାମେରା ସଂଯୁକ୍ତ ଥିବା ଯାନ ମାଧ୍ୟମରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବା ପାଇଁ ଏବଂ ମଣ୍ଡିମାନଙ୍କରେ ସିସିଟିଭି ଲଗାଇବା ଓ କଟନି-ଛଟନି କୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମଧ୍ୟ ଗୁରୁତ୍ୱ ଦେଇଥିଲେ।
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଏବଂ ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ନିଜ ନିଜ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଜିଲ୍ଲାପାଳମାନେ ମଧ୍ୟ ଜିଲ୍ଲା ସ୍ତରରେ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।
ଆଲୋଚନାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ, ପ୍ରମୁଖ ଯୋଗଦେଇଥିଲେ।
The post ନଭେମ୍ବର ୨୦ରୁ ଆରମ୍ଭ ହେବ ଧାନ ସଂଗ୍ରହ, ଉଚ୍ଚ ପଦାଧିକାରୀ, ଜିଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ appeared first on Dharitri Odia News.