ନର୍ସିଂ କର୍ମଚାରୀ ଓ ହାଉସ୍ ସର୍ଜନ ବିବାଦ; ରୋଗୀ ହନ୍ତସନ୍ତ
ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ଯାଏ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ହାଉସ ସର୍ଜନ ସଂଘ। ଫଳରେ ଏସସିବିରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି।
କଟକ ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ନର୍ସିଂ କର୍ମଚାରୀ ଓ ହାଉସ ସର୍ଜନଙ୍କ ମଧ୍ୟରେ ଲାଗିଥିବା ବିବାଦ ଉଗ୍ରରୂପ ନେଇଛି। ଅଧୀକ୍ଷକଙ୍କ ହସ୍ତକ୍ଷେପ ପରେ ବି ବିବାଦ ସମାଧାନ ହୋଇପାରି ନାହିଁ। ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ଯାଏ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ହାଉସ ସର୍ଜନ ସଂଘ। ଫଳରେ ଜରୁରୀକାଳୀନ ବିଭାଗକୁ ଛାଡ଼ି ଇନ୍ ଡୋର ଓ ଆଉଟଡୋରରେ ସେବା ବନ୍ଦ କରିଛନ୍ତି। ଫଳରେ ଏସସିବିରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି।