ନର୍ସିଂହୋମ୍ରେ ନିଆଁ, ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର ପାଇଁ ପ୍ରୟାସ
କଟକ,୧୩ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ ଲାଗିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର ପାଇଁ ପ୍ରୟାସ ମଧ୍ୟ ଜାରି ରଖିଛନ୍ତି। କେଉଁ କାରଣରୁ ନିଆଁ ଲାଗିଛି ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନ ଥିବା ବେଳେ ପୋଲିସ ଏବଂ […] The post ନର୍ସିଂହୋମ୍ରେ ନିଆଁ, ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର ପାଇଁ ପ୍ରୟାସ appeared first on Dharitri Odia News.
କଟକ,୧୩ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ ଲାଗିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର ପାଇଁ ପ୍ରୟାସ ମଧ୍ୟ ଜାରି ରଖିଛନ୍ତି। କେଉଁ କାରଣରୁ ନିଆଁ ଲାଗିଛି ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନ ଥିବା ବେଳେ ପୋଲିସ ଏବଂ ଅଗ୍ନିଶମ ବାହିନୀ ଉପସ୍ଥିତ ରହିଛନ୍ତି। ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ରୋଗୀ ଓ ଛୋଟ ଶିଶୁଙ୍କୁ ଉଦ୍ଧାର କରାଯାଇ ଏସ୍ସିବି ମେଡିକାଲ ଓ ଶିଶୁଭବନକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଜୋନ୍-୬ ଏସିପି ଓ ପୋଲିସ କର୍ମଚାରୀ ପହଞ୍ଚି ନିୟନ୍ତ୍ରଣ କରିଛନ୍ତି।
The post ନର୍ସିଂହୋମ୍ରେ ନିଆଁ, ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର ପାଇଁ ପ୍ରୟାସ appeared first on Dharitri Odia News.