ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ ଚର୍ବି ମିଶ୍ରିତ ହୋଇଛି। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ ଓ୍ବାଇଏସଆରସିପି ମୁଖ୍ୟ ଜଗନ ମୋହନ ରେଡ୍ଡୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ତିରୁମାଲା […] The post ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ appeared first on Dharitri Odia News.

ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ ଚର୍ବି ମିଶ୍ରିତ ହୋଇଛି। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀ ମୁହାଁମୁହିଁ ହୋଇଛନ୍ତି।

ଏହି ସମୟରେ ଓ୍ବାଇଏସଆରସିପି ମୁଖ୍ୟ ଜଗନ ମୋହନ ରେଡ୍ଡୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ତିରୁମାଲା ତିରୁପତି ଦେବସ୍ଥାନମ (ଟିଟିଡି) ର ପବିତ୍ରତାକୁ ଅପବିତ୍ର କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି। କେବଳ ଏତିକି ନୁହେଁ, ନାଇଡୁଙ୍କୁ ତାଗିଦ କରିବା ସହ ସତ୍ୟ ପ୍ରକାଶ କରିବାକୁ ଜଗନ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ ସେ କହିଛନ୍ତି, ଆନ୍ଧ୍ରପ୍ରଦେଶରେ ଘଟୁଥିବା ଦୁଃଖଦ ଘଟଣା ପ୍ରତି ଆପଣଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ମୁଁ ଏହି ଚିଠି ଲେଖୁଛି। ଚନ୍ଦ୍ରାବାବୁ ନାଇଡୁ ଙ୍କ ଦ୍ୱାରା ତିରୁମାଲା ତିରୁପତି ଦେବସ୍ଥାନର ପବିତ୍ରତା, ଅଖଣ୍ଡତା ଏବଂ ସମ୍ମାନର ଅପୂରଣୀୟ କ୍ଷତି ଘଟାଇବାକୁ ଏଭଳି କରାଯାଇଛି। ଭଗବାନ ଭେଙ୍କଟେଶ୍ୱରଙ୍କ କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ କୋଟି କୋଟି ହିନ୍ଦୁ ଭକ୍ତ ଅଛନ୍ତି। ଯଦି ଏହି ସଙ୍ଗିନ ସ୍ଥିତିକୁସାବଧାନତାର ସହ ସମ୍ଭାଳି ଦିଆ ନ ଯାଏ, ତେବେ ଏହି ମିଥ୍ୟା ପରିସ୍ଥିତି ଅନେକ କ୍ଷତି ଘଟାଇପାରେ।
ସେ ଆହୁରି ମଧ୍ୟ ଲେଖିଛନ୍ତି, ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଟିଟିଡିର କାର୍ଯ୍ୟକଳାପ ବିରୁଦ୍ଧରେ ମିଥ୍ୟା ପ୍ରଚାର କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ତିରୁମାଲା ମନ୍ଦିରରେ ପ୍ରସାଦ ତିଆରିରେ ବ୍ୟବହାର କରାଯାଉଥିବା ଘିଅ ମିଶ୍ରଣ ହୋଇଛି ଏବଂ ଘିଅରେ ପଶୁ ଚର୍ବି ରହିଛି। ଲଡୁ ତିଆରି କରିବାରେ ଘିଅ ପରିବର୍ତ୍ତେ ପଶୁ ଚର୍ବି ବ୍ୟବହାର କରାଯାଇଛି। ଏହି ପ୍ରସାଦ କୋଟି କୋଟି ହିନ୍ଦୁ ଭକ୍ତଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରେ। ଏହା ପ୍ରକୃତରେ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟାପିଥିବା ମିଥ୍ୟା ଅଟେ।

The post ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ appeared first on Dharitri Odia News.