ନାବାଳିକା ଦୁଷ୍କର୍ମ ମାମଲାରେ ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

କଟକ : ଜନୈକା ୧୫ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ଆଡ଼ହକ ପୋକସୋ କୋର୍ଟ। ଏହି କୋର୍ଟରେ ଅଭିଯୁକ୍ତ ସୋନୁ ଓରଫ ସୌମ୍ୟରଞ୍ଜନ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛି। ଦୋଷୀକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ସହିତ ୧୨ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଜରିମାନା ଅନାଦେୟ ଅଧିକ ୧୧ ମାସ ଜେଲଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ରହିଛି। ଏହି ଦୁଷ୍କର୍ମ […] The post ନାବାଳିକା ଦୁଷ୍କର୍ମ ମାମଲାରେ ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ appeared first on KNews Odisha.

ନାବାଳିକା ଦୁଷ୍କର୍ମ ମାମଲାରେ ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ
court

କଟକ : ଜନୈକା ୧୫ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ଆଡ଼ହକ ପୋକସୋ କୋର୍ଟ। ଏହି କୋର୍ଟରେ ଅଭିଯୁକ୍ତ ସୋନୁ ଓରଫ ସୌମ୍ୟରଞ୍ଜନ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛି। ଦୋଷୀକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ସହିତ ୧୨ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ।

ଜରିମାନା ଅନାଦେୟ ଅଧିକ ୧୧ ମାସ ଜେଲଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ରହିଛି। ଏହି ଦୁଷ୍କର୍ମ ଘଟଣାର ପିଡିତାକୁ ୩ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ଆଡ଼ହକ ପୋକସୋ କୋର୍ଟ। ଜିଲା ଆଇନସେବା ପ୍ରାଧିକରଣ ଜରିଆରେ ଏହି କ୍ଷତିପୂରଣ ପ୍ରଦାନ କରାଯିବ।

ଦୁଷ୍କର୍ମ ୨୦ ଜଣ ସାକ୍ଷୀ ଓ ୧୯ ଟି ତଥ୍ୟପ୍ରମାଣ ଆଧାରରେ ଏହି ଦଣ୍ଡାଦେଶ ଦିଆଯାଇଛି। ୨୦୧୫ ମସିହା ଅଗଷ୍ଟ ୧୯ ତାରିଖରେ ଏହି ମାମଲା ଜଗତପୁର ଥାନାରେ ରୁଜ୍ଜୁ ହୋଇଥିଲା। ନାବଳିକାକୁ ଅପହରଣ କରି ନେଇ ଦୀର୍ଘ ଦିନ ଧରି ନିଜ ଘରେ ରଖି ନାବାଳିକାକୁ ଦୁଷ୍କର୍ମ କରିଥିଲା। ସରକାରଙ୍କ ପକ୍ଷରୁ ଏହି ମାମଲା ପରିଚାଳନା କରୁଥିଲେ ସ୍ୱତନ୍ତ୍ର ପବ୍ଲିକ ପ୍ରସ୍ୟୁକୂଟର ବିଶ୍ୱଜିତ ରାୟ।

The post ନାବାଳିକା ଦୁଷ୍କର୍ମ ମାମଲାରେ ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ appeared first on KNews Odisha.