ନାବାଳିକା ବଳାତ୍କାର ମାମଲାରେ ଫରେଷ୍ଟର ଗିରଫ
ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା )- ଜଣେ ୧୨ ବର୍ଷୀୟ ନାବାଳିକା ବଳାତ୍କାର ମାମଲାରେ ପଦ୍ମପୁର ଥାନା ପୋଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର ଜଣକ ହେଲେ ନରସିଂହ ଶତପଥୀ(୫୯)। ଘଟଣାରୁ ପ୍ରକାଶ ଯେ, ନରସିଂହ ପାତ୍ର ଗୁଡ଼ାରୀ ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନ ରେ ଫରେଷ୍ଟର ଭାବେ କାର୍ଯ୍ୟରତ। ଶୁକ୍ରବାର ଦିନ ପ୍ରାୟ ୧୧ଟା ସମୟରେ ନରସିଂହ ତାଙ୍କ ଘର ପଡ଼ିଶାରେ ଅଜା ଘରେ ରହି ପାଠ ପଢୁଥିବା ଜଣେ ୧୨ ବର୍ଷୀୟ […] The post ନାବାଳିକା ବଳାତ୍କାର ମାମଲାରେ ଫରେଷ୍ଟର ଗିରଫ appeared first on Dharitri Odia News.
ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା )- ଜଣେ ୧୨ ବର୍ଷୀୟ ନାବାଳିକା ବଳାତ୍କାର ମାମଲାରେ ପଦ୍ମପୁର ଥାନା ପୋଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର ଜଣକ ହେଲେ ନରସିଂହ ଶତପଥୀ(୫୯)। ଘଟଣାରୁ ପ୍ରକାଶ ଯେ, ନରସିଂହ ପାତ୍ର ଗୁଡ଼ାରୀ ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନ ରେ ଫରେଷ୍ଟର ଭାବେ କାର୍ଯ୍ୟରତ। ଶୁକ୍ରବାର ଦିନ ପ୍ରାୟ ୧୧ଟା ସମୟରେ ନରସିଂହ ତାଙ୍କ ଘର ପଡ଼ିଶାରେ ଅଜା ଘରେ ରହି ପାଠ ପଢୁଥିବା ଜଣେ ୧୨ ବର୍ଷୀୟ ନାବାଳିକାକୁ ପ୍ରଲୋଭନ ଦେଖାଇ ଘର ଭିତରକୁ ଡ଼ାକି ବଳାତ୍କାର ଉଦ୍ୟମ କରିଥିଲେ। ତେବେ ଏହି ସମୟରେ ନାବାଳିକାଙ୍କ ସହିତ ଥିବା ଅନ୍ୟ ଜଣେ ଝିଅ ନାବାଳିକାଙ୍କ ପରିବାରବର୍ଗଙ୍କୁ ଜଣାଇଥିଲେ। ପରିବାରବର୍ଗ ଖବର ପାଇ ଫରେଷ୍ଟର ନରସିଂହଙ୍କ ଘରକୁ ଯାଇ ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ଏହା ପରେ ଗ୍ରାମବାସୀ ନରସିଂହକୁ କାବୁ କରି ମାଡ଼ ମାରିଥିଲେ। କେନ୍ଦୁଗୁଡା ଫାଣ୍ଡି ପୋଲିସ ସୂଚନା ପାଇ ପଦ୍ମପୁର ଥାନା ଆଇଆଇସି ଧରଣୀଧର ପ୍ରଧାନଙ୍କୁ ସୂଚନା ଦେବା ସହିତ ଘଟଣାସ୍ଥଳ ରେ ପହଞ୍ଚିଥିଲେ। ସେଠାରୁ ନରସିଂହକୁ ଗିରଫ କରି ପଦ୍ମପୁର ଆଣି କେସ ନଂ ୪୪ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଆଇଆଇସି ପ୍ରଧାନ ସୂଚନା ଦେଇଛନ୍ତି।
The post ନାବାଳିକା ବଳାତ୍କାର ମାମଲାରେ ଫରେଷ୍ଟର ଗିରଫ appeared first on Dharitri Odia News.