ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର

କଣ୍ଟାମାଳ,୧୮।୪: କଣ୍ଟାମାଳ ଥାନା ଲମ୍ବେସ୍ବରୀ ଗ୍ରାମପଞ୍ଚାୟତର ପିପଲପାଳି ଗ୍ରାମରେ ରାମନବମୀ ପାଇଁ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କିଛି ଦୁର୍ବୁତ୍ତ ସେଠାରେ ଗୁଳିମାଡ଼ କରିଥିଲେ। ଏହି ଗୁଳିମାଡରେ ଜଣେ ଗୁରୁତର ହୋଇଥିବା ଜଣାପଡୁଛି। ଗୁରୁତର ଜଣଙ୍କ ହେଲେ ବିଶାମିତ୍ର ଜାନି। ତାଙ୍କୁ ଗୁରୁତର ଅବସ୍ଥା ରେ କଣ୍ଟାମାଲ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିବାବେଳେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ କଣ୍ଟାମାଲ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି I ଏପଟେ କେଉଁ ଉଦ୍ଦେଶ୍ୟରୁ […] The post ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର appeared first on Dharitri Odia News.

ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର

କଣ୍ଟାମାଳ,୧୮।୪: କଣ୍ଟାମାଳ ଥାନା ଲମ୍ବେସ୍ବରୀ ଗ୍ରାମପଞ୍ଚାୟତର ପିପଲପାଳି ଗ୍ରାମରେ ରାମନବମୀ ପାଇଁ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କିଛି ଦୁର୍ବୁତ୍ତ ସେଠାରେ ଗୁଳିମାଡ଼ କରିଥିଲେ। ଏହି ଗୁଳିମାଡରେ ଜଣେ ଗୁରୁତର ହୋଇଥିବା ଜଣାପଡୁଛି। ଗୁରୁତର ଜଣଙ୍କ ହେଲେ ବିଶାମିତ୍ର ଜାନି। ତାଙ୍କୁ ଗୁରୁତର ଅବସ୍ଥା ରେ କଣ୍ଟାମାଲ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିବାବେଳେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ କଣ୍ଟାମାଲ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି I ଏପଟେ କେଉଁ ଉଦ୍ଦେଶ୍ୟରୁ ଏଭଳି ଗୁଳିକାଣ୍ଡ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ I ଏପଟେ ଗ୍ରାମବାସୀ ଜଣକୁ କାବୁ କରି ପୋଲିସ ଜିମା ଦେଇଛନ୍ତି।

The post ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର appeared first on Dharitri Odia News.