ନାମାଙ୍କନ ଦାଖଲ କଲେ ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ
ଭୁବନେଶ୍ବର ୨୧।୮: ନାମାଙ୍କନ ଦାଖଲ କଲେ ମମତା ମହାନ୍ତ । ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ମମତା ତାଙ୍କ ନାମାଙ୍କନ ଦାଖଲ କରିଛନ୍ତି । ଏହି ସମୟରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଉପସ୍ଥିତ ଥିଲେ । କୁଡୁମୀ ସମାଜର ବରିଷ୍ଠ ନେତ୍ରୀ ହେଉଛନ୍ତି ମମତା ମହାନ୍ତ ।ମଙ୍ଗଳବାର ମମତାଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି । ଯେଉଁ ମମତା ମହାନ୍ତଙ୍କ ଇସ୍ତଫା ପରେ ଆସନ ଖାଲି ହୋଇଥିଲା, ଏବେ ସେହି ସିଟ୍ ପାଇଁ ବିଜେପି ତାଙ୍କୁ ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ରାଜ୍ୟସଭା ଉପନିର୍ବାଚନ ପାଇଁ ମମତା ମହାନ୍ତଙ୍କ ନାଁରେ ମୋହର ମାରିଥିଲା । ମମତା ମହାନ୍ତ ବିଜେଡିରୁ ରାଜ୍ୟସଭା ସାଂସଦ ଥିଲେ । ପରେ ଦଳରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଥିଲେ ।ଉଲ୍ଲେଖଯୋଗ୍ୟ ଯେ, ଜୁଲାଇ ୩୧ରେ ମମତା ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ବିଜେଡି ଛାଡ଼ିବାର ଦିନକ ପରେ ନୂଆଦିଲ୍ଲୀରେ ବିଜେପିରେ ସାମିଲ ହୋଇଥିଲେ ମମତା ମହାନ୍ତ । ଦିଲ୍ଲୀ ସ୍ଥିତି ପାର୍ଟି ମୁଖ୍ୟାଳୟରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ୍ ସିଂହ ତୋମାର ଏବଂ ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ସାଂସଦ ଅରୁଣ ସିଂହ ତାଙ୍କୁ ଦଳର ସଦସ୍ୟତା ଦେଇଥିଲେ । ମମତା ମହାନ୍ତ ବିଜେଡିରେ ଥାଇ ୨୦୨୦ରେ ରାଜ୍ୟସଭାକୁ ନିର୍ବାଚ
ଭୁବନେଶ୍ବର ୨୧।୮: ନାମାଙ୍କନ ଦାଖଲ କଲେ ମମତା ମହାନ୍ତ । ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ମମତା ତାଙ୍କ ନାମାଙ୍କନ ଦାଖଲ କରିଛନ୍ତି । ଏହି ସମୟରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଉପସ୍ଥିତ ଥିଲେ । କୁଡୁମୀ ସମାଜର ବରିଷ୍ଠ ନେତ୍ରୀ ହେଉଛନ୍ତି ମମତା ମହାନ୍ତ ।
ମଙ୍ଗଳବାର ମମତାଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି । ଯେଉଁ ମମତା ମହାନ୍ତଙ୍କ ଇସ୍ତଫା ପରେ ଆସନ ଖାଲି ହୋଇଥିଲା, ଏବେ ସେହି ସିଟ୍ ପାଇଁ ବିଜେପି ତାଙ୍କୁ ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ରାଜ୍ୟସଭା ଉପନିର୍ବାଚନ ପାଇଁ ମମତା ମହାନ୍ତଙ୍କ ନାଁରେ ମୋହର ମାରିଥିଲା । ମମତା ମହାନ୍ତ ବିଜେଡିରୁ ରାଜ୍ୟସଭା ସାଂସଦ ଥିଲେ । ପରେ ଦଳରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଥିଲେ ।
ଉଲ୍ଲେଖଯୋଗ୍ୟ ଯେ, ଜୁଲାଇ ୩୧ରେ ମମତା ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ବିଜେଡି ଛାଡ଼ିବାର ଦିନକ ପରେ ନୂଆଦିଲ୍ଲୀରେ ବିଜେପିରେ ସାମିଲ ହୋଇଥିଲେ ମମତା ମହାନ୍ତ । ଦିଲ୍ଲୀ ସ୍ଥିତି ପାର୍ଟି ମୁଖ୍ୟାଳୟରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ୍ ସିଂହ ତୋମାର ଏବଂ ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ସାଂସଦ ଅରୁଣ ସିଂହ ତାଙ୍କୁ ଦଳର ସଦସ୍ୟତା ଦେଇଥିଲେ ।
ମମତା ମହାନ୍ତ ବିଜେଡିରେ ଥାଇ ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୨୬ରେ ତାଙ୍କର କାର୍ଯ୍ୟକାଳ ସରିଥାନ୍ତା । ତେବେ କାର୍ଯ୍ୟକାଳର ୨ ବର୍ଷ ପୂର୍ବରୁ ସେ ଇସ୍ତଫା ଦେଇଥିଲେ । ମମତାଙ୍କ ଇସ୍ତଫା ପରେ ବିଜେଡିର ରାଜ୍ୟସଭା ସାଂସଦଙ୍କ ସଂଖ୍ୟା ୮କୁ ହ୍ରାସ ପାଇଛି ।
You Can Read: