ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡିର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସମର୍ଥକ। ଉଭୟଙ୍କ ସମର୍ଥକମାନେ ଜୋର୍‌ଦାର ହୋ-ହଲ୍ଲା କରିବା ସହ ନାରାବାଜି କରିଥିଲେ। ବିଜେଡି ସମର୍ଥକମାନେ ଜୟ ଜଗନ୍ନାଥ କହିଥିବା ବେଳେ ଭାଜପା ସମର୍ଥକମାନେ ଜୟ ଶ୍ରୀରାମ କହି ନାରାବାଜି କରିଥିଲେ। ଘଟଣାସ୍ଥଳରେ ଖୋର୍ଦ୍ଧା ଏସ୍‌ପି ପହଞ୍ଚି ଉତ୍ତ୍ୟେକ୍ତ ଲୋକଙ୍କୁ ବୁଝାଶୁଝା କରୁଛନ୍ତି। The post ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ appeared first on Dharitri Odia News.

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡିର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସମର୍ଥକ। ଉଭୟଙ୍କ ସମର୍ଥକମାନେ ଜୋର୍‌ଦାର ହୋ-ହଲ୍ଲା କରିବା ସହ ନାରାବାଜି କରିଥିଲେ। ବିଜେଡି ସମର୍ଥକମାନେ ଜୟ ଜଗନ୍ନାଥ କହିଥିବା ବେଳେ ଭାଜପା ସମର୍ଥକମାନେ ଜୟ ଶ୍ରୀରାମ କହି ନାରାବାଜି କରିଥିଲେ। ଘଟଣାସ୍ଥଳରେ ଖୋର୍ଦ୍ଧା ଏସ୍‌ପି ପହଞ୍ଚି ଉତ୍ତ୍ୟେକ୍ତ ଲୋକଙ୍କୁ ବୁଝାଶୁଝା କରୁଛନ୍ତି।

The post ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ appeared first on Dharitri Odia News.