ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ
ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥିନୀ ଲତିକା ପ୍ରଧାନ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ ଗଞ୍ଜାମ ଜିଲାପାଳଙ୍କ ଅଫିସ ନିକଟରେ ପହଞ୍ଚିଥିଲେ। ପରେ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର ପୃଷ୍ଟିଙ୍କ ନିକଟରେ ସେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। The post ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ appeared first on Dharitri Odia News.
ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥିନୀ ଲତିକା ପ୍ରଧାନ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ ଗଞ୍ଜାମ ଜିଲାପାଳଙ୍କ ଅଫିସ ନିକଟରେ ପହଞ୍ଚିଥିଲେ। ପରେ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର ପୃଷ୍ଟିଙ୍କ ନିକଟରେ ସେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି।
The post ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ appeared first on Dharitri Odia News.