ନାରୀଶକ୍ତିକୁ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ସୁଭଦ୍ରା: ମୋଦି
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହି ଅବସରରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଛନ୍ତି। ’ସୁଭଦ୍ରା ଯୋଜନା’ ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ […] The post ନାରୀଶକ୍ତିକୁ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ସୁଭଦ୍ରା: ମୋଦି appeared first on Dharitri Odia News.
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହି ଅବସରରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ। ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଛନ୍ତି। ’ସୁଭଦ୍ରା ଯୋଜନା’ ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଉଲ୍ଲେଖ କରିଛନ୍ତି।
ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୭୪ ତମ ଜନ୍ମଦିନ ପାଳନ କରିବେ। ଏହାକୁ ନେଇ ଭାଜପା ନେତା, କର୍ମୀ ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ଉତ୍ସବର ପରିବେଶ ରହିଛି। ଲୋକ ସଭା ନିର୍ବାଚନରେ ତୃତୀୟ ଥର ପାଇଁ ବିଜୟୀ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଗୋଟିଏ ପରେ ଗୋଟିଏ ବଡ ନିଷ୍ପତ୍ତି ନେଉଛନ୍ତି। ତାଙ୍କର ୧୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ଐତିହାସିକ ନିଷ୍ପତ୍ତି ମାଧ୍ୟମରେ ତାଙ୍କର ଏକ ଲମ୍ବା ଯାତ୍ରା କରିଛନ୍ତି।
The post ନାରୀଶକ୍ତିକୁ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ସୁଭଦ୍ରା: ମୋଦି appeared first on Dharitri Odia News.