ନାଲ୍କୋକୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର
ଭୁବନେଶ୍ୱର,୩୦।୮ (ଅଭୟ ଦାଶ): ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍(ନାଲ୍କୋ)କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ପୁରସ୍କାର ମିଳିଛି। କ୍ରୀଡ଼ା ଏବଂ କ୍ରୀଡ଼ା ପ୍ରୋତ୍ସାହନ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଯୋଗଦାନ ପାଇଁ ୨୦୨୩ ବର୍ଷ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ନାଲ୍କୋକୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଜାତୀୟ କ୍ରୀଡ଼ା ଦିବସ ଅବସରରେ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗ ପକ୍ଷରୁ ଲୋକସେବା ଭବନଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହରେ ନାଲ୍କୋକୁ ବିଜୁ […] The post ନାଲ୍କୋକୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର appeared first on Dharitri Odia News.
ଭୁବନେଶ୍ୱର,୩୦।୮ (ଅଭୟ ଦାଶ): ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍(ନାଲ୍କୋ)କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ପୁରସ୍କାର ମିଳିଛି। କ୍ରୀଡ଼ା ଏବଂ କ୍ରୀଡ଼ା ପ୍ରୋତ୍ସାହନ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଯୋଗଦାନ ପାଇଁ ୨୦୨୩ ବର୍ଷ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ନାଲ୍କୋକୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଜାତୀୟ କ୍ରୀଡ଼ା ଦିବସ ଅବସରରେ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗ ପକ୍ଷରୁ ଲୋକସେବା ଭବନଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହରେ ନାଲ୍କୋକୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଦିଆଯାଇଛି।
ଏ ସମ୍ପର୍କରେ ନାଲ୍କୋ ସିଏମ୍ଡି ଶ୍ରୀଧର ପାତ୍ର କହିଛନ୍ତି, ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପାଇ ଆମେ ବେଶ୍ ଉତ୍ସାହିତ ଅଛୁ। ଏପରିକି ରାଜ୍ୟ ତଥା ଜାତୀୟ ସ୍ତରରେ କ୍ରୀଡ଼ା ଏବଂ ଆନୁଷଙ୍ଗିକ କାର୍ଯ୍ୟକଳାପକୁ ସମର୍ଥନ ଏବଂ ପ୍ରୋତ୍ସାହନ ଯୋଗାଇ ଦେବା ପାଇଁ ଆମେ ସର୍ବଦା ଚେଷ୍ଟିତ ଏବଂ ଗର୍ବିତ ମନେକରିଥାଉ। ଏହି କ୍ରୀଡ଼ା ସମୁଦାୟକୁ ସମର୍ଥନ କରିବା ନିମନ୍ତେ ନାଲ୍କୋକୁ ଅଧିକରୁ ଅଧିକ ପ୍ରେରଣା ଯୋଗାଇବ।
The post ନାଲ୍କୋକୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର appeared first on Dharitri Odia News.