ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ
ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ ହୋଇଯାଇଛି। ଜିଲା ପ୍ରଶାସନ ଓ ନୂଆପଡା ପଞ୍ଚାୟତ ସମିତି ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମହିଳାମାନଙ୍କ ମଧ୍ୟରେ ରଙ୍ଗୋଲି, ହୁଳହୁଳି ଓ ପିଠାପଣା ପ୍ରସ୍ତୁତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଜିଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ଓ ଉପଜିଲାପାଳ ଯୋଗେନ୍ଦ୍ର ମାଝୀ, ନୂଆପଡା ବିଡ଼ିଓ ରୋହିତ […] The post ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ appeared first on Dharitri Odia News.
ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ ହୋଇଯାଇଛି। ଜିଲା ପ୍ରଶାସନ ଓ ନୂଆପଡା ପଞ୍ଚାୟତ ସମିତି ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମହିଳାମାନଙ୍କ ମଧ୍ୟରେ ରଙ୍ଗୋଲି, ହୁଳହୁଳି ଓ ପିଠାପଣା ପ୍ରସ୍ତୁତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଜିଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ଓ ଉପଜିଲାପାଳ ଯୋଗେନ୍ଦ୍ର ମାଝୀ, ନୂଆପଡା ବିଡ଼ିଓ ରୋହିତ ଭୋଇ, ଜିଲା ସମାଜ ମଙ୍ଗଳ ଅଧିକାରୀ ସଙ୍ଗୀତା ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ରୂପେ ମଞ୍ଚାସୀନ ଥିଲେ। ଏହି ଅବସରରେ ଅତିଥିମାନେ ସମସ୍ତ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିବା ସହିତ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ଜିଲା ସଂସ୍କୃତି ଅଧିକାରୀ ରମେଶ କୁମାର ମହରା, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ନୂଆପଡା ଏନ୍ଏସି ଇଓ କୁରୁକ୍ଷେତ୍ର ନାୟକ, ଜିଲା କ୍ରୀଡ଼ା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ବଢେଇ, ରାଜସ୍ବ ସହାୟକ ବିଭୁ ଦତ୍ତ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଓଡ଼ିଆ ପକ୍ଷ ସଫଳତାର ସହିତ ପାଳିତ ହୋଇଥିବାରୁ ଜିଲାପାଳ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।
The post ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ appeared first on Dharitri Odia News.