ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ ବୁର୍ଲାରେ ଚିକିତ୍ସାଧିନ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ଘଟୁଥିବା ସୂଚନା ମିଳିଛି। ଶନିବାର ବରଗଡ଼ ଧନୁଯାତ୍ରା ମହୋତ୍ସବର କଂସ ଅଭିନେତା ଭୁବନେଶ୍ବର ପ୍ରଧାନ ବୁର୍ଲା ଯାଇ ପୀଡିତା ଏବଂ ସେଠାରେ ଉପସ୍ଥିତ ପରିବାର ଲୋକଙ୍କୁ ଭେଟିଥିଲେ। ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହିତ ପରିବାର ଲୋକଙ୍କୁ କିଛି ଆର୍ଥିକ ସହାୟତା […] The post ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା appeared first on Dharitri Odia News.

ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ ବୁର୍ଲାରେ ଚିକିତ୍ସାଧିନ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ଘଟୁଥିବା ସୂଚନା ମିଳିଛି। ଶନିବାର ବରଗଡ଼ ଧନୁଯାତ୍ରା ମହୋତ୍ସବର କଂସ ଅଭିନେତା ଭୁବନେଶ୍ବର ପ୍ରଧାନ ବୁର୍ଲା ଯାଇ ପୀଡିତା ଏବଂ ସେଠାରେ ଉପସ୍ଥିତ ପରିବାର ଲୋକଙ୍କୁ ଭେଟିଥିଲେ। ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହିତ ପରିବାର ଲୋକଙ୍କୁ କିଛି ଆର୍ଥିକ ସହାୟତା ପ୍ରଦାନ କରିଥିଲେ। କଂସ ଅଭିନେତା ଭୁବନେଶ୍ବରଙ୍କ ସହିତ ସମାଜସେବୀ ଡଃ ଜନନୀ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ।
ପ୍ରକାଶଥାଉକି, ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ବେଳେ ପୀଡିତା ନିଖୋଜ ହୋଇ ଯାଇଥିଲେ। ନିଖୋଜ ହେବାର ପ୍ରାୟ ୪୮ ଘଣ୍ଟା ପରେ ଅର୍ଥାତ୍‌ ଗତ ୧୪ତାରିଖ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୀଡିତା ଉଦ୍ଧାର ହୋଇଥିଲେ। ତାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ଉଦ୍ୟମ ହୋଇଥିବା ନେଇ ପୀଡିତାଙ୍କ ମା’ ବରଗଡ଼ ଟାଉନ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଲାଇଛି। କିନ୍ତୁ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଗିରଫ କରି ପାରି ନାହିଁ। ଅନ୍ୟପକ୍ଷରେ ପୋଲିସ ଜାଲରେ ଅଭିଯୁକ୍ତମାନେ ପଡିସାରିଛନ୍ତି ଏବଂ ପୋଲିସ ଅଧିକ ପଚରାଉଚରା ଜାରି ରଖିଛି ବୋଲି ସାଧାରଣରେ ଆଲୋଚନା ହେଉଛି।

The post ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା appeared first on Dharitri Odia News.