ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ
ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଚକ୍ଷୁ ଚିକିତ୍ସାଳୟ ନିକଟସ୍ଥ ମେଘମାଳା ମୋଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୨୦୨୪ ନିର୍ବାଚନ ପ୍ରଚାର ଆରମ୍ଭ କରି ବହୁତ ଖୁସି ବୋଲି ନବୀନ କହିଛନ୍ତି। ସଭାକୁ ସମ୍ବୋଧିତ କରି ସୁପ୍ରିମୋ କହିଛନ୍ତି, ହିଞ୍ଜିଳିରୁ ହିଁ ଆରମ୍ଭ ହେଲା ବିଜୁ ଜନତାଦଳର ଜୟଯାତ୍ରା। ବିଜୟର ଶଙ୍ଖଧ୍ବନି। ଅନ୍ୟ ପକ୍ଷରେ […] The post ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଚକ୍ଷୁ ଚିକିତ୍ସାଳୟ ନିକଟସ୍ଥ ମେଘମାଳା ମୋଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୨୦୨୪ ନିର୍ବାଚନ ପ୍ରଚାର ଆରମ୍ଭ କରି ବହୁତ ଖୁସି ବୋଲି ନବୀନ କହିଛନ୍ତି। ସଭାକୁ ସମ୍ବୋଧିତ କରି ସୁପ୍ରିମୋ କହିଛନ୍ତି, ହିଞ୍ଜିଳିରୁ ହିଁ ଆରମ୍ଭ ହେଲା ବିଜୁ ଜନତାଦଳର ଜୟଯାତ୍ରା। ବିଜୟର ଶଙ୍ଖଧ୍ବନି। ଅନ୍ୟ ପକ୍ଷରେ ବିକାଶ ହେଉଛି ଆମର ପରିଚୟ ବୋଲି ନବୀନ ସଭାରେ କହିଛନ୍ତି। କିନ୍ତୁ ବିରୋଧୀ ଦଳଗୁଡ଼ିକ ସବୁବେଳେ ସବୁ କଥାରେ ରାଜନୀତି କରୁଛନ୍ତି। ବିକାଶକୁ ବିରୋଧ କରିଆସୁଛନ୍ତି ଓ ଅପପ୍ରଚାର କରୁଛନ୍ତି ବୋଲି ନବୀନ କହିଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଏକାମ୍ର ପ୍ରକଳ୍ପ ଓ ସମଲେଇ ପ୍ରକଳ୍ପର ସବୁ କ୍ଷେତ୍ରରେ ସେମାନଙ୍କ ବିରୋଧୀ ମନୋଭାବ ରହୁଛି ବୋଲି କହିଛନ୍ତି। ବିରୋଧୀଙ୍କ ଅସଲ ରୂପ ଲୋକ ଜାଣିଛନ୍ତି। ବିକାଶକୁ ବିରୋଧ କରି କେହି କେବେ ସଫଳ ହୋଇ ନାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
The post ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.