ନିଟ ଅନିୟମିତତା: ଧର୍ମେନ୍ଦ୍ରଙ୍କ ଘରକୁ ଘେରାଉ କଲେ ଛାତ୍ର, ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୨୦।୬: ନିଟ ଏବଂ ୟୁଜିସି-ନେଟ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗରେ ଦେଶ ଉଠୁଛି ପଡୁଛି। ଏହାକୁ ନେଇ ଗୁରୁବାର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କରିଛନ୍ତି ଭାରତୀୟ ରାଷ୍ଟ୍ରୀୟ ଛାତ୍ର ସଂଘ NSUI। ନୂଆଦିଲ୍ଲୀ ସ୍ଥିତ ବାସଭବନ ଆଗରେ NSUI ଛାତୀଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ଛାତ୍ର ସଂଘ କଂଗ୍ରେସର ଅଟେ। ମିଳିଥିବା ସୂଚନା ଅନୁଯାୟୀ, ବିକ୍ଷୋଭ ପ୍ରଦର୍ଶନ କରୁଥିବା ଛାତ୍ରମାନଙ୍କୁ ପୋଲିସ ଉଠାଇ ନେଇଛି। ଗୁରୁବାର ସକାଳେ ନିଟ ପରୀକ୍ଷା ଅନିୟମିତତାକୁ ନେଇ […] The post ନିଟ ଅନିୟମିତତା: ଧର୍ମେନ୍ଦ୍ରଙ୍କ ଘରକୁ ଘେରାଉ କଲେ ଛାତ୍ର, ଉଠାଇ ନେଲା ପୋଲିସ appeared first on Dharitri Odia News.

ନିଟ ଅନିୟମିତତା: ଧର୍ମେନ୍ଦ୍ରଙ୍କ ଘରକୁ ଘେରାଉ କଲେ ଛାତ୍ର, ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୨୦।୬: ନିଟ ଏବଂ ୟୁଜିସି-ନେଟ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗରେ ଦେଶ ଉଠୁଛି ପଡୁଛି। ଏହାକୁ ନେଇ ଗୁରୁବାର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କରିଛନ୍ତି ଭାରତୀୟ ରାଷ୍ଟ୍ରୀୟ ଛାତ୍ର ସଂଘ NSUI। ନୂଆଦିଲ୍ଲୀ ସ୍ଥିତ ବାସଭବନ ଆଗରେ NSUI ଛାତୀଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ଛାତ୍ର ସଂଘ କଂଗ୍ରେସର ଅଟେ। ମିଳିଥିବା ସୂଚନା ଅନୁଯାୟୀ, ବିକ୍ଷୋଭ ପ୍ରଦର୍ଶନ କରୁଥିବା ଛାତ୍ରମାନଙ୍କୁ ପୋଲିସ ଉଠାଇ ନେଇଛି।

ଗୁରୁବାର ସକାଳେ ନିଟ ପରୀକ୍ଷା ଅନିୟମିତତାକୁ ନେଇ ବଡ଼ ଧରଣର ଖୁଲାସା ହୋଇଛି। ଏହି ମାମଲାରେ ଗିରଫ ହୋଇଥିବା ନିଟ ପରୀକ୍ଷାର୍ଥୀ ଅନୁରାଗ ୟାଦବ ପ୍ରଶ୍ନପତ୍ର ଲିକ ନେଇ ବଡ଼ ଖୁଲାସା କରିଛନ୍ତି। ସେ ପରୀକ୍ଷାର ପ୍ରଶ୍ନପତ୍ର ଲିକ ହୋଇଥିବା ସ୍ବୀକାର କରିଛନ୍ତି।

ବିହାରର ଦାନାପୁର ନଗର ପରିଷଦର ୨୨ବର୍ଷିୟ ୟାଦବ ଏକ ଜାତୀୟ ଗଣମାଧ୍ୟମକୁ କହିଛନ୍ତି, ତାଙ୍କୁ ଲିକ ପ୍ରଶ୍ନପତ୍ର ମିଳିଥିଲା। ଯାହା କି, ନିଟ୍ର ବାସ୍ତବିକ ପ୍ରଶ୍ନପତ୍ର ସହ ପୁରା ସମାନ ଥିଲା। ୟାଦବ ଏପରି ପ୍ରଶ୍ନପତ୍ର ଲିକ ହୋଇଥିବା ନେଇ ଏକ ସ୍ବିକାରୋକ୍ତି ପତ୍ର ଦେଇଛନ୍ତି। ଯେଉଁଥିରେ ତାଙ୍କର ହସ୍ତାକ୍ଷର ବି ରହିଛି। ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସେ ଏହି ସ୍ବିକାରୋକ୍ତିରେ କହିଛନ୍ତି, ତାଙ୍କ ସମ୍ପର୍କୀୟ ସିକନ୍ଦର ପ୍ରସାଦ ୟାଦବେନ୍ଦୁ ଏହି ଲିକ ପେପର୍ର ସବୁ ବ୍ୟବସ୍ଥା କରିଥିଲେ।

ସୂଚନାଥାଉ କି, ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ଏନଇଇଟି-ୟୁଜି ପରୀକ୍ଷା ଗତ ମେ’ ୫ରେ ଅନୁଷ୍ଠିତ ହୋଇଥିଲା। ଦେଶର ପ୍ରାୟ ୨୪ ଲକ୍ଷ ଛାତ୍ରୀଛାତ୍ର ୪,୭୫୦ ସେଣ୍ଟରରେ ଏହି ପ୍ରବେଶିକା ପରୀକ୍ଷା ଦେଇଥିଲେ। ୬୭ ଜଣ ପରୀକ୍ଷାର୍ଥୀଙ୍କୁ ସର୍ବୋଚ୍ଚ ନମ୍ବର ଦିଆଯାଇ ର଼୍ୟାଙ୍କ ଓ୍ବାନରେ ସ୍ଥାନିତ କରାଯାଇଥିଲା। ହରିୟାଣାର ଗୋଟିଏ ପରୀକ୍ଷା କେନ୍ଦ୍ରର ୬ ଜଣ ପିଲା ସର୍ବୋଚ୍ଚ ନମ୍ବର ରଖିଥିଲେ। କେତେକ ପରୀକ୍ଷା କେନ୍ଦ୍ରର ଛାତ୍ରୀଛାତ୍ରଙ୍କୁ ଅତ୍ୟଧିକ ଗ୍ରେସ ମାର୍କ ଦିଆଯିବା ପରେ ସେମାନଙ୍କ ନମ୍ବର ୧୦୦% ରହିଥିଲା, ଯାହାକୁ ନେଇ ପ୍ରଶ୍ନ ଉଠିଛି। ସାନି ପରୀକ୍ଷା ଦାବିରେ ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପରୀକ୍ଷା ଅନିୟମିତତାକୁ ବିରୋଧକରି ବିଭିନ୍ନ ରାଜ୍ୟରେ ଆନ୍ଦୋଳନ ଜାରି ରହିଛି।

 

The post ନିଟ ଅନିୟମିତତା: ଧର୍ମେନ୍ଦ୍ରଙ୍କ ଘରକୁ ଘେରାଉ କଲେ ଛାତ୍ର, ଉଠାଇ ନେଲା ପୋଲିସ appeared first on Dharitri Odia News.