ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩।୧୨: ଲୋକସେବା ଭବନରେ ଶୁକ୍ରବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବାସ୍ଥ୍ୟ ଏବଂ ଉଚ୍ଚ ଶିକ୍ଷା ବିଭାଗର ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ୮୫ ହୋମିଓପାଥିକ ମେଡିକାଲ ଅଫିସର ଏବଂ ୨୩୯ ରେଡିଓଗ୍ରାଫରଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର ପ୍ରଦାନ କରି କାମ କରିବାର ସୁଯୋଗ ଦେଇଛନ୍ତି। ସେହିପରି ୫୨ଜଣ ଉଚ୍ଚ ଶିକ୍ଷା ବିଭାଗ ଅଧ୍ୟାପକଙ୍କୁ ମଧ୍ୟ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଏହି ଅବସରରେ କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଉଚ୍ଚଶିକ୍ଷା […] The post ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୧୩।୧୨: ଲୋକସେବା ଭବନରେ ଶୁକ୍ରବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବାସ୍ଥ୍ୟ ଏବଂ ଉଚ୍ଚ ଶିକ୍ଷା ବିଭାଗର ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।
୮୫ ହୋମିଓପାଥିକ ମେଡିକାଲ ଅଫିସର ଏବଂ ୨୩୯ ରେଡିଓଗ୍ରାଫରଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର ପ୍ରଦାନ କରି କାମ କରିବାର ସୁଯୋଗ ଦେଇଛନ୍ତି। ସେହିପରି ୫୨ଜଣ ଉଚ୍ଚ ଶିକ୍ଷା ବିଭାଗ ଅଧ୍ୟାପକଙ୍କୁ ମଧ୍ୟ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଏହି ଅବସରରେ କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀଙ୍କ ସହ ବିଭାଗୀୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
The post ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.