ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ କର: ନିଯୁକ୍ତି ଆାୟୋଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର:ସରକାରଙ୍କ ଲୋକବଳ ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷ ମାନଙ୍କ ସହିତ ଆଲୋଚନାରେ କହିଛନ୍ତି । ଆଜି ବର୍ଷର ପ୍ରଥମ ଦିନରେ ରାଜ୍ୟରେ ସରକାରୀ ବିଭାଗ ଗୁଡିକରେ ଖାଲି ଥିବା ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କର ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷ ମାନଙ୍କ ସହିତ ଏକ ବୈଠକ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା। ବୈଠକରେ ରାଜ୍ୟରେ […]

ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ କର: ନିଯୁକ୍ତି ଆାୟୋଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର:ସରକାରଙ୍କ ଲୋକବଳ ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷ ମାନଙ୍କ ସହିତ ଆଲୋଚନାରେ କହିଛନ୍ତି । ଆଜି ବର୍ଷର ପ୍ରଥମ ଦିନରେ ରାଜ୍ୟରେ ସରକାରୀ ବିଭାଗ ଗୁଡିକରେ ଖାଲି ଥିବା ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କର ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷ ମାନଙ୍କ ସହିତ ଏକ ବୈଠକ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା। ବୈଠକରେ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ୱିତ ଭାବେ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ। ଅତ୍ୟାବଶ୍ୟକୀୟ ସେବା ଯୋଗାଉ ଥିବା ବିଭାଗ, ଯଥା- ସ୍ୱାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗର ପଦବୀ ଗୁଡିକୁ ଖାଲି ନ ରଖି ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଆଗାମୀ 5 ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀ ସ୍ତରରେ ଦେଢ ଲକ୍ଷ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି। 2 ବର୍ଷ ମଧ୍ୟରେ 65 ହଜାର ସରକାରୀ ପଦବୀରେ ନିଯୁକ୍ତି ପାଇଁ ସ୍ଥିରୀକୃତ ହୋଇଛି ।ବର୍ତ୍ତମାନ ରାଜ୍ୟରେ ବିଭିନ୍ନ ବିଭାଗରେ 1,10,557ଟି ପଦବୀ ଖାଲି ରହିଛି । ଏଗୁଡିକୁ ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରି 2025 ମାର୍ଚ୍ଚ 31 ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ନିଯୁକ୍ତି ଆୟୋଗ ଗୁଡିକୁ ପ୍ରସ୍ତାବ ଦେବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ବିଭିନ୍ନ ବିଭାଗରେ ଅନୁସୂଚିତ ଜନଜାତି ଓ ଜାତି ବର୍ଗର ଖାଲି ଥିବା ପଦବୀ ପୂରଣ ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସ୍ୱତନ୍ତ୍ର ରିକ୍ରୁଟମେଣ୍ଟ ଡ୍ରାଇଭ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ।