ନିର୍ଦ୍ଦେଶର ଘଣ୍ଟାକ ପରେ ପ୍ରତ୍ୟାହାର କରିନେଲା ରେଭେନ୍ସା

ଭୁବନେଶ୍ୱର,୧୮।୭: ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ କ୍ୟାମ୍ପସ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା ରେଭେନ୍ସା ବିଶ୍ବବିଦ୍ୟାଳୟ । ହେଲେ ନିର୍ଦ୍ଦେଶର ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କରିନେଇଛି। ମହିଳା କର୍ମଚାରୀ, ଅଧ୍ୟାପିକା ଓ ଛାତ୍ରୀମାନଙ୍କ ପାଇଁ ଯେଉଁ ନିର୍ଦ୍ଦେଶନାମା ହୋଇଥିଲା ତାହା ଏବେ ପ୍ରତ୍ୟାହୃତ କରିଦିଆଯାଇଛି। ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଘଟଣାକୁ ନେଇ ରାଜ୍ୟବାସୀ ସ୍ତବ୍ଧ ହୋଇଯାଇଛନ୍ତି। […] The post ନିର୍ଦ୍ଦେଶର ଘଣ୍ଟାକ ପରେ ପ୍ରତ୍ୟାହାର କରିନେଲା ରେଭେନ୍ସା appeared first on Dharitri Odia News.

ନିର୍ଦ୍ଦେଶର ଘଣ୍ଟାକ ପରେ ପ୍ରତ୍ୟାହାର କରିନେଲା ରେଭେନ୍ସା

ଭୁବନେଶ୍ୱର,୧୮।୭: ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ କ୍ୟାମ୍ପସ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା ରେଭେନ୍ସା ବିଶ୍ବବିଦ୍ୟାଳୟ । ହେଲେ ନିର୍ଦ୍ଦେଶର ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କରିନେଇଛି। ମହିଳା କର୍ମଚାରୀ, ଅଧ୍ୟାପିକା ଓ ଛାତ୍ରୀମାନଙ୍କ ପାଇଁ ଯେଉଁ ନିର୍ଦ୍ଦେଶନାମା ହୋଇଥିଲା ତାହା ଏବେ ପ୍ରତ୍ୟାହୃତ କରିଦିଆଯାଇଛି।

ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଘଟଣାକୁ ନେଇ ରାଜ୍ୟବାସୀ ସ୍ତବ୍ଧ ହୋଇଯାଇଛନ୍ତି। ଏହି ସମୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ ବଡ଼ ନିଷ୍ପତ୍ତି ନେଇ କହିଥିଲା ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ ରେଭେନ୍ସା କ୍ୟାମ୍ପସ ମନା । ନୂଆ କଟକଣା ଲଗାଇଥିଲା ରେଭେନ୍ସା ବିଶ୍ବବିଦ୍ୟାଳୟ। ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ନିଷ୍ପତ୍ତି ନିଆଯାଇଛି ବୋଲି କହିଥିଲା ରେଭେନ୍ସା । ହେଲେ ନିର୍ଦ୍ଦେଶର ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କରିନେଇଛି ରେଭେନ୍ସା ।

The post ନିର୍ଦ୍ଦେଶର ଘଣ୍ଟାକ ପରେ ପ୍ରତ୍ୟାହାର କରିନେଲା ରେଭେନ୍ସା appeared first on Dharitri Odia News.