ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ: ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ କନଷ୍ଟେବଳଙ୍କ ଜୀବନ
କଟକ,୮ା୪ (କାର୍ତ୍ତିକ ସାହୁ) ତାମିଲନାଡୁ ରାଜ୍ୟର ତ୍ରିଚୀଠାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଓଡ଼ିଶା ପୋଲିସ୍ କନଷ୍ଟେବଳ ପ୍ରମୋଦ କୁମାର ମାଝି(ସି/୨୨୨)ଙ୍କ ଅକାଳ ମୃତ୍ୟୁ ଘଟିଛି। ତ୍ରିଚୀଠାରେ କର୍ତ୍ତବ୍ୟରତ ଥିବା ବେଳେ ଦୁର୍ଘଟଣାରେ ଶିକାର ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଓଡ଼ିଶା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେ ୫ମ ଆଇଆର୍ ବାଟାଲିୟନ, ବୌଦ୍ଧ ଅଧୀନରେ କାର୍ଯ୍ୟରତ ଥିଲେ। ତାଙ୍କର ନିଜ ଘର ନୂଆପଡ଼ା ଜିଲା ଧର୍ମବନ୍ଧା ଗାଁରେ। ସେ ୨୦୦୯ରେ ରାଜ୍ୟ ପୋଲିସ ବିଭାଗରେ […] The post ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ: ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ କନଷ୍ଟେବଳଙ୍କ ଜୀବନ appeared first on Dharitri Odia News.
କଟକ,୮ା୪ (କାର୍ତ୍ତିକ ସାହୁ) ତାମିଲନାଡୁ ରାଜ୍ୟର ତ୍ରିଚୀଠାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଓଡ଼ିଶା ପୋଲିସ୍ କନଷ୍ଟେବଳ ପ୍ରମୋଦ କୁମାର ମାଝି(ସି/୨୨୨)ଙ୍କ ଅକାଳ ମୃତ୍ୟୁ ଘଟିଛି। ତ୍ରିଚୀଠାରେ କର୍ତ୍ତବ୍ୟରତ ଥିବା ବେଳେ ଦୁର୍ଘଟଣାରେ ଶିକାର ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଓଡ଼ିଶା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେ ୫ମ ଆଇଆର୍ ବାଟାଲିୟନ, ବୌଦ୍ଧ ଅଧୀନରେ କାର୍ଯ୍ୟରତ ଥିଲେ। ତାଙ୍କର ନିଜ ଘର ନୂଆପଡ଼ା ଜିଲା ଧର୍ମବନ୍ଧା ଗାଁରେ।
ସେ ୨୦୦୯ରେ ରାଜ୍ୟ ପୋଲିସ ବିଭାଗରେ ଯୋଗ ଦେଇଥିଲେ। ଉଲ୍ଲେଖଯୋଗ୍ୟ, ତାମିଲନାଡୁରେ ସାଧାରଣ ନିର୍ବାଚନର ସୁପରିଚାଳନା ପାଇଁ ରାଜ୍ୟ ପୋଲିସର ୩୦ଟି କମ୍ପାନୀ ତାମିଲନାଡୁ ଗସ୍ତରେ ଯାଇଛନ୍ତି। ଗତ ୪ ତାରିଖରେ ପ୍ରମୋଦ ନିଜ କର୍ତ୍ତବ୍ୟ ସମ୍ପାଦନ କରୁଥିବା ବେଳେ ଏକ ଗାଡ଼ି ତାଙ୍କୁ ପଛ ପଟୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ସେଠାରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ରବିବାର ରାତିରେ ତାଙ୍କର ମୃତ୍ୟୁ ଘଟିଛି।
ତାଙ୍କର ମୃତ୍ୟୁ ଖବର ପାଇବା ପରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଶୋକବ୍ୟକ୍ତ କରିବା ସହ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି।
The post ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ: ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ କନଷ୍ଟେବଳଙ୍କ ଜୀବନ appeared first on Dharitri Odia News.