ନିର୍ବାଚନକୁ ନେଇ କଂଗ୍ରେସ ଦେଲା ଏହି ୯ ଗ୍ୟାରେଣ୍ଟି
କେନ୍ଦୁଝର,୨୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ୯ଟି ଗ୍ୟାରେଣ୍ଟି ଯୋଜନା ପ୍ରସ୍ତୁତ ହୋଇଛି। ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇନାହିଁ, ଆଜି ତାହା କଂଗ୍ରେସ କରି ଦେଖାଇବ। ଏନେଇ ଶୁକ୍ରବାର କେନ୍ଦୁଝର ଜିଲା କଂଗ୍ରେସ କମିଟି ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ାଙ୍କ ସଭାପତିତ୍ୱରେ କଂଗ୍ରେସର ଗ୍ୟାରେଣ୍ଟି ଉପରେ ପ୍ରକାଶ କରିଥିଲେ। […] The post ନିର୍ବାଚନକୁ ନେଇ କଂଗ୍ରେସ ଦେଲା ଏହି ୯ ଗ୍ୟାରେଣ୍ଟି appeared first on Dharitri Odia News.
କେନ୍ଦୁଝର,୨୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ୯ଟି ଗ୍ୟାରେଣ୍ଟି ଯୋଜନା ପ୍ରସ୍ତୁତ ହୋଇଛି। ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇନାହିଁ, ଆଜି ତାହା କଂଗ୍ରେସ କରି ଦେଖାଇବ। ଏନେଇ ଶୁକ୍ରବାର କେନ୍ଦୁଝର ଜିଲା କଂଗ୍ରେସ କମିଟି ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ାଙ୍କ ସଭାପତିତ୍ୱରେ କଂଗ୍ରେସର ଗ୍ୟାରେଣ୍ଟି ଉପରେ ପ୍ରକାଶ କରିଥିଲେ। ଗ୍ୟାରେଣ୍ଟିଗୁଡ଼ିକ ହେଲା ବୋନସ୍ ସହ ଧାନର କ୍ରୟ ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୩୦୦୦ ଟଙ୍କା, କୃଷିଋଣ ଛାଡ଼ ଓ କୃଷକ ପାଇଁ ମାସିକ ପେନ୍ସନ୍ ୨୦୦୦ ଟଙ୍କା, ପ୍ରତ୍ୟେକ ଘରୋଇ ଉପଭୋକ୍ତାଙ୍କ ପାଇଁ ୨୦୦ ୟୁନିଟ୍ ବିଦ୍ୟୁତ ଦେୟ ଛାଡ଼, ୫ ଲକ୍ଷ ଯୁବତୀ/ ଯୁବକଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା ଓ ବେକାରୀ ଭତ୍ତା ମାସିକ ୩୦୦୦ ଟଙ୍କା, ସମସ୍ତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଛାଡ଼, ଗୃହଲଷ୍ମୀ ଯୋଜନାରେ ପ୍ରତ୍ୟେକ ଘରର ମୁଖ୍ୟ(ମହିଳା)ଙ୍କୁ ମାସିକ ଭତ୍ତା ୨୦୦୦ ଟଙ୍କା, ପ୍ରତି ପରିବାରକୁ ମାସକୁ ୫୦୦ ଟଙ୍କାରେ ଗୋଟିଏ ସିଲିଣ୍ଡର ମିଳିବ, ସରକାରୀ କର୍ମଚାରିଙ୍କ ସମତେ ସମସ୍ତଙ୍କ ପାଇଁ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସରକାରୀ ଓ ବେସରକାରୀ ଚିକିତ୍ସାଳୟରେ ମାଗଣା ଚିକିତ୍ସା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତା ମାସିକ ୨୦୦୦ ଟଙ୍କା ଏବଂ ରାଜ୍ୟରେ ଜାତିଭିତ୍ତିକ-ସାମାଜିକ ଓ ଆର୍ଥିକ ସର୍ଭେ ପୂର୍ରୁ ତୁରନ୍ତ ଶିକ୍ଷାନୁଷ୍ଠାନ ଓ ଚାକିରି କ୍ଷେତ୍ରରେ ପଛୁଆବର୍ଗ ପାଇଁ ୨୭ % ସଂରକ୍ଷଣ ବ୍ୟବସ୍ଥା କରାଯାଇଛି ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପ୍ରସ୍ତୁତ ହୋଇଛି। ଏଥିରେ ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ପିସିସି ସମ୍ପାଦକ ସଂଗ୍ରାମ ଦାସ, ରାଜ୍ୟ ମହିଳା କଂଗ୍ରେସ ଉପସଭାନେତ୍ରୀ ସଂଗୀତା ସିଂହ, ଜିଲା ଆଦିବାସୀ କଂଗ୍ରେସ ସଭାପତି ଇଂ ବିନୋଦ ବିହାରୀ ନାଏକ, ଜିଲା ଛାତ୍ର କଂଗ୍ରେସ ସଭାପତି ଶୁଭମ୍ ରାଜ, ଉତ୍ତମ ସାହୁ ଓ ଜିଲା କଂଗ୍ରେସ ମିଡିଆ ଅଧ୍ୟକ୍ଷ ଦିଲ୍ଲୀପ କୁମାର ସାହୁ ଉପସ୍ଥିତ ଥିଲେ।
The post ନିର୍ବାଚନକୁ ନେଇ କଂଗ୍ରେସ ଦେଲା ଏହି ୯ ଗ୍ୟାରେଣ୍ଟି appeared first on Dharitri Odia News.