ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର ଗଠନ ହେଲା, ସେହି ଦିନ ହିଁ କ୍ୟାବିନେଟ୍ ବସାଇ ଆମେ ଚାରିଟି ମୁଖ୍ୟ ନିଷ୍ପତ୍ତି ନେଇଥିଲୁ। ସରକାର ଗଠନର ଛ’ ମାସ ମଧ୍ୟରେ ସେହି ଚାରିଟି ଯାକ ନିଷ୍ପତ୍ତି କାର୍ଯ୍ୟକାରୀ କରିଛୁ। ଶ୍ରୀମନ୍ଦିର’ର ଚାରି ଦ୍ଵାର ଖୋଲିବା, ଶ୍ରୀମନ୍ଦିର’ର ଉନ୍ନତି ପାଇଁ ୫୦୦ କୋଟି ଟଙ୍କାର କର୍ପସ ପାଣ୍ଠି ଗଠନ […] The post ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର ଗଠନ ହେଲା, ସେହି ଦିନ ହିଁ କ୍ୟାବିନେଟ୍ ବସାଇ ଆମେ ଚାରିଟି ମୁଖ୍ୟ ନିଷ୍ପତ୍ତି ନେଇଥିଲୁ। ସରକାର ଗଠନର ଛ’ ମାସ ମଧ୍ୟରେ ସେହି ଚାରିଟି ଯାକ ନିଷ୍ପତ୍ତି କାର୍ଯ୍ୟକାରୀ କରିଛୁ। ଶ୍ରୀମନ୍ଦିର’ର ଚାରି ଦ୍ଵାର ଖୋଲିବା, ଶ୍ରୀମନ୍ଦିର’ର ଉନ୍ନତି ପାଇଁ ୫୦୦ କୋଟି ଟଙ୍କାର କର୍ପସ ପାଣ୍ଠି ଗଠନ ସହିତ ସୁଭଦ୍ରା ଯୋଜନାରେ ମା’ ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ ଓ ଚାଷୀ ଭାଇ ମାନଙ୍କୁ ୮୦୦ ଟଙ୍କା ଇନପୁଟ୍ ସହାୟତା ପ୍ରଦାନ ସବୁ ପ୍ରତିଶ୍ରୁତି କାର୍ଯ୍ୟକାରୀ କରିଛୁ। ଲୋକଙ୍କ ଭିତରେ ସରକାରଙ୍କ ଉପରେ ଭରସା ସୃଷ୍ଟି ହୋଇ ପାରିଛି । ଲୋକ ଅନୁଭବ କରୁଛନ୍ତି, ଯେ ସରକାରଙ୍କ କଥା ଓ କାମ ସମାନ ।
ଆଉ ଗୋଟିଏ କଥା ହେଉଛି, ଗୋଟିଏ ସରକାର ଭାବେ ଲୋକଙ୍କୁ ନିୟମିତ ଭାବେ ଭେଟିବା, ସେମାନଙ୍କ ସୁଖ ଦୁଃଖ ବୁଝିବା । ଆମ ସରକାର ଗଠନର ପ୍ରଥମ ଦିନରୁ ହିଁ ମୁଁ ନିଜେ ଲୋକଙ୍କୁ ନିୟମିତ ଭାବେ ଭେଟୁଛି ଓ ସେମାନଙ୍କ ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେଉଛି । ପ୍ରତି ସୋମବାର ଦିନ ମୁଁ ଓ ମୋ ମନ୍ତ୍ରୀ ମଣ୍ଡଳର ସଦସ୍ୟ ମାନେ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କୁ ଶୁଣି ତାଙ୍କ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଉଛୁ । ଆମ ପାଇଁ ଖୁସିର କଥା, ଆମ ସରକାର ‘ଲୋକଙ୍କ ସରକାର’ ବା People’s Government ଭାବରେ ସୁନାମ ଅର୍ଜନ କରିଛି । ଗୋଟିଏ ନୂଆ ସରକାର ପାଇଁ ଏହା କିଛି କମ୍ ଉପଲବ୍ଧି ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଆମ ସରକାର ଲୋକଙ୍କୁ ସୁଶାସନ ଦେବା ପାଇଁ ସବୁ ପ୍ରକାର ଉଦ୍ୟମ ଜାରି ରଖିଛି । କେବଳ ସେତିକି ନୁହେଁ, ଓଡ଼ିଶାର ଲୋକଙ୍କ ସୁନ୍ଦର ଭବିଷ୍ୟତ ପାଇଁ ଏକ ‘ଭିଜନ ଡକୁମେଣ୍ଟ’ ମଧ୍ୟ ପ୍ରସ୍ତୁତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ୨୦୩୬ କୁ ଦୃଷ୍ଟିରେ ରଖି ଏକ ସମୃଦ୍ଧ ଓଡିଶା ଗଠନ ପାଇଁ ଯୋଜନା ପ୍ରସ୍ତୁତ କରିବା ବାଜପେୟୀଜୀଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ସୁଶାସନ ପାଇଁ ଆମର ଏହି ସଂକଳ୍ପ ଓ କାର୍ଯ୍ୟାବଳୀ ହେବ ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
The post ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ appeared first on Dharitri Odia News.