ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ
ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ ଭାଜପା ନେତା ସମୀର ମହାନ୍ତି ଶୁକ୍ରବାର ସୂଚନା ଦେଇଛନ୍ତି। ଏନେଇ ଭାଜପା ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ସମୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ବ୍ରହ୍ମପୁରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାରେ ନିର୍ବାଚନୀ ପ୍ରଚାର କରିବା ପାଇଁ ଭାଜପାର ହେବିଓ୍ବେଟ୍ ନେତା ଆସୁଛନ୍ତି। ଏହି […] The post ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ appeared first on Dharitri Odia News.
ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ ଭାଜପା ନେତା ସମୀର ମହାନ୍ତି ଶୁକ୍ରବାର ସୂଚନା ଦେଇଛନ୍ତି। ଏନେଇ ଭାଜପା ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ସମୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ବ୍ରହ୍ମପୁରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।
ଓଡ଼ିଶାରେ ନିର୍ବାଚନୀ ପ୍ରଚାର କରିବା ପାଇଁ ଭାଜପାର ହେବିଓ୍ବେଟ୍ ନେତା ଆସୁଛନ୍ତି। ଏହି କ୍ରମରେ ଗୁରୁବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସିଥିବା ବେଳେ ୨୮ରେ ନଡ୍ଡା ଆସିବାକୁ ଯାଉଛନ୍ତି। ସେହିପରି କଂଗ୍ରେସ ପ୍ରଚାର କରିବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ୨୮ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି।
The post ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ appeared first on Dharitri Odia News.