ନିର୍ମଳା ସୀତାରମଣଙ୍କ ବିରୋଧରେ ମାମଲା: କୋର୍ଟ ଦେଲେ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୮।୯: ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ ବେଙ୍ଗାଲୁରୁର ସ୍ବତନ୍ତ୍ର ପ୍ରତିନିଧୀ କୋର୍ଟ ଶୁକ୍ରବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜନାଧିକାର ସଂଘର୍ଷ ପରିଷଦ (ଜେଏସପି) ସହ-ଅଧ୍ୟକ୍ଷ ଆଦର୍ଶ ଆୟାର ବେଙ୍ଗାଲୁରୁର ସ୍ବତନ୍ତ୍ର ଲୋକ ପ୍ରତିନିଧୀ କୋର୍ଟରେ ଅଭିଯୋଗ କରିଥିଲେ ଏବଂ କେନ୍ଦ୍ର ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଲୋଡିଥିଲେ। ଆବେଦନକାରୀ ତାଙ୍କ ଅଭିଯୋଗରେ କହିଛନ୍ତି, ନିର୍ବାଚନ […] The post ନିର୍ମଳା ସୀତାରମଣଙ୍କ ବିରୋଧରେ ମାମଲା: କୋର୍ଟ ଦେଲେ ନିର୍ଦ୍ଦେଶ appeared first on Dharitri Odia News.
ନୂଆଦିଲ୍ଲୀ,୨୮।୯: ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ ବେଙ୍ଗାଲୁରୁର ସ୍ବତନ୍ତ୍ର ପ୍ରତିନିଧୀ କୋର୍ଟ ଶୁକ୍ରବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜନାଧିକାର ସଂଘର୍ଷ ପରିଷଦ (ଜେଏସପି) ସହ-ଅଧ୍ୟକ୍ଷ ଆଦର୍ଶ ଆୟାର ବେଙ୍ଗାଲୁରୁର ସ୍ବତନ୍ତ୍ର ଲୋକ ପ୍ରତିନିଧୀ କୋର୍ଟରେ ଅଭିଯୋଗ କରିଥିଲେ ଏବଂ କେନ୍ଦ୍ର ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଲୋଡିଥିଲେ।
ଆବେଦନକାରୀ ତାଙ୍କ ଅଭିଯୋଗରେ କହିଛନ୍ତି, ନିର୍ବାଚନ ବଣ୍ଡ ମାଧ୍ୟମରେ ଧମକଚମକ ଦିଆଯାଉଛି। ଏହି ଆବେଦନ ଶୁଣାଣି କରି ବେଙ୍ଗାଲୁରୁର ତିଲକ ନଗର ପୋଲିସ ଷ୍ଟେଶନକୁ ନିର୍ବାଚନ ବଣ୍ଡ ମାଧ୍ୟମରେ ଜବରଦସ୍ତି ଟଙ୍କା ଆଦାୟ ମାମଲାରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଜନାଧିକାର ସଂଘର୍ଷ ପରିଷଦ ଏପ୍ରିଲ ୨୦୨୪ରେ ୪୨ତମ ଏସିଏମ କୋର୍ଟରେ ଦାଖଲ ହୋଇଥିବା ଏକ ପିଟିସନରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଇଡି ଅଧିକାରୀ, ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡା, ଭାଜପା ଜାତୀୟ ନେତା, ତତ୍କାଳୀନ ଭାଜପା କର୍ନାଟକ ସଭାପତି ନଳୀନ କୁମାର କେଟେଲ, ବିଜୟେନ୍ଦ୍ରଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଅଭିଯୋଗ ଉପରେ ବିଚାର କରିବା ପରେ ବେଙ୍ଗାଲୁରୁର ତିଲକ ନଗର ପୋଲିସକୁ ମାମଲା ରୁଜୁ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ଶୁଣାଣି ଅକ୍ଟୋବର ୧୦ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ,
The post ନିର୍ମଳା ସୀତାରମଣଙ୍କ ବିରୋଧରେ ମାମଲା: କୋର୍ଟ ଦେଲେ ନିର୍ଦ୍ଦେଶ appeared first on Dharitri Odia News.