ନିର୍ମାଣ ଶ୍ରମିକଙ୍କ ପେନ୍‌ସନ୍‌ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ୍‌ ବୃଦ୍ଧି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ୍‌ ରାଶିରେ ବୃଦ୍ଧି କରାଯାଇଛି। ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍‌ସନ୍‌ ଯୋଜନାରେ ଉପକୃତ ହେଉଛନ୍ତି। ସୂଚନାଯୋଗ୍ୟ ଯେ, ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ନିର୍ମାଣ ଶ୍ରମିକ ଓ […] The post ନିର୍ମାଣ ଶ୍ରମିକଙ୍କ ପେନ୍‌ସନ୍‌ ବୃଦ୍ଧି କଲେ ରାଜ୍ୟ ସରକାର appeared first on Dharitri Odia News.

ନିର୍ମାଣ ଶ୍ରମିକଙ୍କ ପେନ୍‌ସନ୍‌ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ୍‌ ବୃଦ୍ଧି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ୍‌ ରାଶିରେ ବୃଦ୍ଧି କରାଯାଇଛି। ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍‌ସନ୍‌ ଯୋଜନାରେ ଉପକୃତ ହେଉଛନ୍ତି।
ସୂଚନାଯୋଗ୍ୟ ଯେ, ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ନିର୍ମାଣ ଶ୍ରମିକ ଓ ସେମାନଙ୍କ ପ୍ରତିନିଧିମାନେ ଏଥିପାଇଁ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।
ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକମାନେ ଏଣିକି ୫୦୦ ଟଙ୍କା ପରିବର୍ତ୍ତେ ୧୦୦୦ ଟଙ୍କା ମାସିକ ପେନ୍‌ସନ୍‌ ପାଇବେ। ସେହିପରି ୮୦ ବର୍ଷ ବୟସରୁ ଉଦ୍ଧର୍‌ବ ନିର୍ମାଣ ଶ୍ରମିକ ମାନେ ୭୦୦ ଟଙ୍କା ପରିବର୍ତ୍ତେ ୧୨୦୦ ଟଙ୍କା ପାଇବେ ।
ଏହି ନୂତନ ପେନ୍‌ସନ୍‌ ୨୦୨୪ ଫେବୃଆରୀ ମାସରୁ ପିଛିଲା ଭାବେ ଲାଗୁ ହେବ। ଏ ବାବଦରେ ଆବଶ୍ୟକୀୟ ଖର୍ଚ୍ଚ ଓଡିଶା କୋଠାବଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବ।

The post ନିର୍ମାଣ ଶ୍ରମିକଙ୍କ ପେନ୍‌ସନ୍‌ ବୃଦ୍ଧି କଲେ ରାଜ୍ୟ ସରକାର appeared first on Dharitri Odia News.