ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ ବଢିପାରୁ ନାହିଁ । ତେବେ ଆସନ୍ତା ସପ୍ତାହରେ ଏହା ଧୀରେ ଧୀରେ ଆଗକୁ ବଢିବା ସହ ବର୍ଷା ଆରମ୍ଭ ହେବ ବୋଲି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲ୍ ସ ଆକଳନ କରିଛନ୍ତି । ସେପଟେ ରାଜ୍ୟରେ ଜାରି ରହିଛି ଗରମ ଓ ଗୁଳୁଗୁଳି । ଉଷ୍ମ ଓ ଆଦ୍ର ବାୟୁ ପ୍ରଭାବରେ ଉପକୂଳ ଓ […] The post ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ appeared first on KNews Odisha.

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ
Wheather

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ ବଢିପାରୁ ନାହିଁ । ତେବେ ଆସନ୍ତା ସପ୍ତାହରେ ଏହା ଧୀରେ ଧୀରେ ଆଗକୁ ବଢିବା ସହ ବର୍ଷା ଆରମ୍ଭ ହେବ ବୋଲି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲ୍ ସ ଆକଳନ କରିଛନ୍ତି । ସେପଟେ ରାଜ୍ୟରେ ଜାରି ରହିଛି ଗରମ ଓ ଗୁଳୁଗୁଳି । ଉଷ୍ମ ଓ ଆଦ୍ର ବାୟୁ ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି କଲବଲ କରୁଛି  ।

ଆଗାମୀ ୪ଦିନ ଯାଏ ଏଭଳି ସ୍ଥିତି ଜାରି ରହିଛି । କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି । ୧୮ତାରିଖରୁ ଦକ୍ଷିଣ ଉପକୂଳ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୨୦ ତାରିଖରେ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ୩ରୁ ୪ଦିନ ଯାଏ ପାଗରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଏହା ପରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ।

The post ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ appeared first on KNews Odisha.