ନିୟମିତ ଯୋଗ କରୁଥିଲେ ଏସବୁ ସମସ୍ୟାରୁ ମିଳିବ ମୁକ୍ତି

ଶରୀରକୁ ସୁସ୍ଥ ତଥା ନୀରୋଗ ରଖିବାକୁ କିଏ ବା ନ ଚାହେଁ? ଏଥିପାଇଁ ନିୟମିତ ବ୍ୟାୟାମ ନିଶ୍ଚୟ କରୁଥିବେ। ତେବେ ନିଜର ଦୈନନ୍ଦିନ ଜୀବନରେ ଯୋଗକୁ ମଧ୍ୟ ସାମିଲ କରନ୍ତୁ। କାରଣ ଶରୀରକୁ ଫିଟ୍‌ ରଖିବା ପାଇଁ ଯୋଗକୁ ହଁି ବିକଳ୍ପ ଭାବେ ଆପଣେଇବାକୁ ପଡ଼ିବ। ଏହାଦ୍ୱାରା ଆମ ଶରୀରର ଅଙ୍ଗପ୍ରତ୍ୟଙ୍ଗଗୁଡ଼ିକ ମଜଭୁତ ହୋଇଥାଏ। ଶରୀରରେ ରକ୍ତ ସଞ୍ଚାଳନ ମଧ୍ୟ ଠିକ୍‌ ଭାବରେ ହେବା ସହ ଆଭ୍ୟନ୍ତରୀଣ ଅଙ୍ଗଗୁଡ଼ିକ ମଧ୍ୟ ଦୃଢ଼ ହୋଇଥାଏ। ରକ୍ତଚାପ ବା ବ୍ଲଡ୍‌ପ୍ରେସର […] The post ନିୟମିତ ଯୋଗ କରୁଥିଲେ ଏସବୁ ସମସ୍ୟାରୁ ମିଳିବ ମୁକ୍ତି appeared first on Dharitri Odia News.

ନିୟମିତ ଯୋଗ କରୁଥିଲେ ଏସବୁ ସମସ୍ୟାରୁ ମିଳିବ ମୁକ୍ତି

ଶରୀରକୁ ସୁସ୍ଥ ତଥା ନୀରୋଗ ରଖିବାକୁ କିଏ ବା ନ ଚାହେଁ? ଏଥିପାଇଁ ନିୟମିତ ବ୍ୟାୟାମ ନିଶ୍ଚୟ କରୁଥିବେ। ତେବେ ନିଜର ଦୈନନ୍ଦିନ ଜୀବନରେ ଯୋଗକୁ ମଧ୍ୟ ସାମିଲ କରନ୍ତୁ। କାରଣ ଶରୀରକୁ ଫିଟ୍‌ ରଖିବା ପାଇଁ ଯୋଗକୁ ହଁି ବିକଳ୍ପ ଭାବେ ଆପଣେଇବାକୁ ପଡ଼ିବ। ଏହାଦ୍ୱାରା ଆମ ଶରୀରର ଅଙ୍ଗପ୍ରତ୍ୟଙ୍ଗଗୁଡ଼ିକ ମଜଭୁତ ହୋଇଥାଏ। ଶରୀରରେ ରକ୍ତ ସଞ୍ଚାଳନ ମଧ୍ୟ ଠିକ୍‌ ଭାବରେ ହେବା ସହ ଆଭ୍ୟନ୍ତରୀଣ ଅଙ୍ଗଗୁଡ଼ିକ ମଧ୍ୟ ଦୃଢ଼ ହୋଇଥାଏ। ରକ୍ତଚାପ ବା ବ୍ଲଡ୍‌ପ୍ରେସର ସନ୍ତୁଳିତ ରହିଥାଏ। ଯଦି ଜଣେ ବ୍ୟକ୍ତି ଚାପଗ୍ରସ୍ତ ଅଛନ୍ତି ଏଥିରୁ ସହଜରେ ମଧ୍ୟ ରକ୍ଷା ପାଇପାରିବେ। ପ୍ରତିଦିନ କିଛି ସମୟ ଯୋଗ କରନ୍ତୁ। ଏହାଦ୍ୱାରା ମାନସିକତା ସକାରାତ୍ମକ ରହିଥାଏ। ତା’ସହ ଚାପ, ଅବସାଦ ପରି ସମସ୍ୟାରୁ ଅନେକାଂଶରେ ମୁକ୍ତି ମିଳିଥାଏ।

The post ନିୟମିତ ଯୋଗ କରୁଥିଲେ ଏସବୁ ସମସ୍ୟାରୁ ମିଳିବ ମୁକ୍ତି appeared first on Dharitri Odia News.