ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ: ରାଜ୍ୟପାଳ
ଭୁବନେଶ୍ୱର,୫।୨: ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳ ଗୃହରେ ଅଭିଭାଷଣ ରଖି ଗୃହକାର୍ଯ୍ୟ ଆରମ୍ଭ କରିଛନ୍ତି। ରାଜ୍ୟରେ କିପାରି ସରକାରଙ୍କ ନେତୃତ୍ୱରେ ସଫଳତା ପରେ ସଫଳତା ମିଳିଛି ତାହା ରାଜ୍ୟପାଳଙ୍କ ଅଭିଭାଷଣରେ ଦେଖିବାକୁ ମିଳିଥିଲା। ପ୍ରାରମ୍ଭରେ ରାଜ୍ୟପାଳ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ, ପରେ ସହିଦ ଯବାନମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏଥିସହିତ ନିକଟରେ ରାଜ୍ୟ ସରକାର ଲୋକାର୍ପିତ କରିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପକୁ ପ୍ରଶଂସା କରିଛନ୍ତି […] The post ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ: ରାଜ୍ୟପାଳ appeared first on Dharitri Odia News.
ଭୁବନେଶ୍ୱର,୫।୨: ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳ ଗୃହରେ ଅଭିଭାଷଣ ରଖି ଗୃହକାର୍ଯ୍ୟ ଆରମ୍ଭ କରିଛନ୍ତି। ରାଜ୍ୟରେ କିପାରି ସରକାରଙ୍କ ନେତୃତ୍ୱରେ ସଫଳତା ପରେ ସଫଳତା ମିଳିଛି ତାହା ରାଜ୍ୟପାଳଙ୍କ ଅଭିଭାଷଣରେ ଦେଖିବାକୁ ମିଳିଥିଲା। ପ୍ରାରମ୍ଭରେ ରାଜ୍ୟପାଳ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ, ପରେ ସହିଦ ଯବାନମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।
ଏଥିସହିତ ନିକଟରେ ରାଜ୍ୟ ସରକାର ଲୋକାର୍ପିତ କରିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପକୁ ପ୍ରଶଂସା କରିଛନ୍ତି ରାଜ୍ୟପାଳ। ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଛି, ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ମଧ୍ୟ କରାଯାଉଛି। ସେହିଭଳି ରାଜ୍ୟପାଳ ଫାଇଭ୍-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗର ସଫଳତା ବଖାଣିଛନ୍ତି।
The post ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ: ରାଜ୍ୟପାଳ appeared first on Dharitri Odia News.