ନୂଆ କ୍ୟାବିନେଟରେ ୬ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୂଆ ମନ୍ତ୍ରିମଣ୍ଡଳରେ ୬ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି। ମଧ୍ୟପ୍ରଦେଶର ୩ ଥର ମୁଖ୍ୟମନ୍ତ୍ରୀ ଥିବା ଶିବରାଜ ସିଂହ ଚୌହାନ, ହରିୟାଣାର ଦୁଇ ଥର ମୁଖ୍ୟମନ୍ତ୍ରୀ ରହିଥିବା ମନୋହର ଲାଲ ଖଟ୍ଟର, ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜନାଥ ସିଂହ ଏବଂ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ରହିଛନ୍ତି। ଏନଡିଏର ସହଯୋଗୀ ଦଳରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାଂଝୀ ଏବଂ ଏଚଡି କୁମାରସ୍ୱାମୀ ମଧ୍ୟ ନୂଆ ମନ୍ତ୍ରିମଣ୍ଡଳରେ ଅଛନ୍ତି। […]

ନୂଆ କ୍ୟାବିନେଟରେ ୬ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୂଆ ମନ୍ତ୍ରିମଣ୍ଡଳରେ ୬ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି। ମଧ୍ୟପ୍ରଦେଶର ୩ ଥର ମୁଖ୍ୟମନ୍ତ୍ରୀ ଥିବା ଶିବରାଜ ସିଂହ ଚୌହାନ, ହରିୟାଣାର ଦୁଇ ଥର ମୁଖ୍ୟମନ୍ତ୍ରୀ ରହିଥିବା ମନୋହର ଲାଲ ଖଟ୍ଟର, ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜନାଥ ସିଂହ ଏବଂ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ରହିଛନ୍ତି। ଏନଡିଏର ସହଯୋଗୀ ଦଳରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାଂଝୀ ଏବଂ ଏଚଡି କୁମାରସ୍ୱାମୀ ମଧ୍ୟ ନୂଆ ମନ୍ତ୍ରିମଣ୍ଡଳରେ ଅଛନ୍ତି। ୩୦ ଜଣ କ୍ୟାବିନେଟ ମନ୍ତ୍ରୀଙ୍କ ବାଦ୍ ମୋଦୀଙ୍କ ନୂଆ ଟିମରେ ୫ ଜଣ ସ୍ୱାଧୀନ ଦାୟିତ୍ୱରେ ଥିବା ରାଷ୍ଟ୍ରମନ୍ତ୍ରୀ ଏବଂ ୩୬ ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି