ନୂଆଁଖାଇ ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ : ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ
ସମ୍ବଲପୁର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଆଜି ଲଗ୍ନ ଧାର୍ଯ୍ଯ କରାଯାଇଛି। ସମ୍ବଲପୁର ଝାଡୁଆପଡା ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମାନଙ୍କ ଦ୍ବାରା ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ସେପ୍ଟେମ୍ବର ୮ରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପର୍ବ ପାଳନ କରାଯିବ। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ନବାନ୍ନ ଲାଗି ପରେ ଘରେ ଘରେ ନୂଆ ଖାଇବେ ପଶ୍ଚିମ ଓଡିଶା ବାସୀ।