ନୂଆଁଖାଇ ପାଳିଲେ ପଶ୍ଚିମ ଓଡିଶାବାସୀ, ମାଁ ସମଲେଶ୍ଵରୀଙ୍କ ମନ୍ଦିରରେ ନୂଆ ଖାଇଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର ୮।୯: ନୂଆଁଖାଇ, କୃଷି ଓ କୃଷକର ଭାବନା ସହ ଜଡିତ ଗଣପର୍ବ । ଚାଷୀ ତାର ପ୍ରଥମ ଅନ୍ନକୁ ନିଜର ଇଷ୍ଟଦେବୀ ଠାରେ ଲାଗି କରାଇ ବର୍ଷ ଯାକ କେମିତି ଭଲ ଅମଳ ହେବ ସେନେଇ ମାଁଙ୍କ ଠାରୁ ଆଶିଷ ଭିକ୍ଷା କରେ । ପରମ୍ପରା ଅନୁଯାୟୀ ସମ୍ବଲପୁର ଇଷ୍ଟଦେବୀ ମାଁ ସମଲେଇଙ୍କ ମନ୍ଦିର ଭୋର ୪ଟାରୁ ଖୋଲା ଯାଇଥିଲା । ମାଁଙ୍କୁ ସ୍ନାନ କରାଇ ନୂଆବସ୍ତ୍ର ପରିଧାନ କରି ଗୁପ୍ତ ପୂଜା କରାଯାଇଥିଲା । ତେବେ ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁସାରେ ସକାଳ ୯ଟା ୧୨ ରୁ ୯ଟା ୨୭ ମଧ୍ୟରେ ନବାନ୍ନ ଲାଗି କରାଯାଇଛି । ତେବେ ଚଳିତ ବର୍ଷ ମାଁଙ୍କ ଦର୍ଶନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ମାଁଙ୍କ ନିକଟରେ ନବାନ୍ନ ଲାଗି ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ପରିବାର ସହ ମାଁ ସମଲେଇଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ, ବିଧାୟକ ଜୟ ନାରାୟଣ ମିଶ୍ର ମାଁ ସମଲେଇଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ ।ତେବେ ମାଁଙ୍କ ପୀଠରେ ନବାନ୍ନ ଲାଗି ହେବା ପରେ ଘରେ ନବାନ୍ନ ଭକ୍ଷଣ କରିଛନ୍ତି ପଶ୍ଚିମ ଓଡିଶାବାସୀ । ଘରର ମୁରବୀ ଠାରୁ ନବାନ୍ନ ଗ୍ରହଣ କରି ମୁରବୀଙ୍କୁ ମୁଣ୍ତିଆ ମାରି ପରିବାର ସମସ୍ତେ ଏକାଠି ବସି ନୂଆ ଖାଇଛନ୍ତି । ଖଲି ଦନାରେ ଛଅ ତିଅଣ ନଅ ଭଜା କରି ଏକାଠି ବସି ଖାଇବା ସହ ଜ

ନୂଆଁଖାଇ ପାଳିଲେ ପଶ୍ଚିମ ଓଡିଶାବାସୀ, ମାଁ ସମଲେଶ୍ଵରୀଙ୍କ ମନ୍ଦିରରେ ନୂଆ ଖାଇଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର ୮।୯: ନୂଆଁଖାଇ, କୃଷି ଓ କୃଷକର ଭାବନା ସହ ଜଡିତ ଗଣପର୍ବ । ଚାଷୀ ତାର ପ୍ରଥମ ଅନ୍ନକୁ ନିଜର ଇଷ୍ଟଦେବୀ ଠାରେ ଲାଗି କରାଇ ବର୍ଷ ଯାକ କେମିତି ଭଲ ଅମଳ ହେବ ସେନେଇ ମାଁଙ୍କ ଠାରୁ ଆଶିଷ ଭିକ୍ଷା କରେ । ପରମ୍ପରା ଅନୁଯାୟୀ ସମ୍ବଲପୁର ଇଷ୍ଟଦେବୀ ମାଁ ସମଲେଇଙ୍କ ମନ୍ଦିର ଭୋର ୪ଟାରୁ ଖୋଲା ଯାଇଥିଲା । ମାଁଙ୍କୁ ସ୍ନାନ କରାଇ ନୂଆବସ୍ତ୍ର ପରିଧାନ କରି ଗୁପ୍ତ ପୂଜା କରାଯାଇଥିଲା । ତେବେ ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁସାରେ ସକାଳ ୯ଟା ୧୨ ରୁ ୯ଟା ୨୭ ମଧ୍ୟରେ ନବାନ୍ନ ଲାଗି କରାଯାଇଛି । ତେବେ ଚଳିତ ବର୍ଷ ମାଁଙ୍କ ଦର୍ଶନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । 

ମାଁଙ୍କ ନିକଟରେ ନବାନ୍ନ ଲାଗି ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ପରିବାର ସହ ମାଁ ସମଲେଇଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ, ବିଧାୟକ ଜୟ ନାରାୟଣ ମିଶ୍ର ମାଁ ସମଲେଇଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ ।

ତେବେ ମାଁଙ୍କ ପୀଠରେ ନବାନ୍ନ ଲାଗି ହେବା ପରେ ଘରେ ନବାନ୍ନ ଭକ୍ଷଣ କରିଛନ୍ତି ପଶ୍ଚିମ ଓଡିଶାବାସୀ । ଘରର ମୁରବୀ ଠାରୁ ନବାନ୍ନ ଗ୍ରହଣ କରି ମୁରବୀଙ୍କୁ ମୁଣ୍ତିଆ ମାରି ପରିବାର ସମସ୍ତେ ଏକାଠି ବସି ନୂଆ ଖାଇଛନ୍ତି । ଖଲି ଦନାରେ ଛଅ ତିଅଣ ନଅ ଭଜା କରି ଏକାଠି ବସି ଖାଇବା ସହ ଜୁହାର ଭେଟ କାର୍ଯ୍ୟକ୍ରମ ଜମିଛି । ଏହି ଅବସରରେ ସମ୍ବଲପୁରବାସୀଙ୍କ ସହ ପାରମ୍ପରିକ ସମ୍ବଲପୁରୀ ଖାଦ୍ୟ ଖାଇ ନୂଆଁଖାଇରେ ସାମିଲ ହୋଇଥିଲେ ଲୋକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆ ଖାଇସାରିବା ପରେ ଖୁସି ଅନୁଭବ କରିଥିଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପରେ ସନ୍ଧ୍ୟାରେ ପୁରପଲ୍ଲୀରେ ନୃତ୍ୟ ଗୀତର ଆସର ଜମିଛି । ଡାଲଖାଇ, ରସରକେଲି ପରି ଗୀତରେ ମତୁଆଲା ହୋଇଛନ୍ତି ପଶ୍ଚିମ ଓଡିଶାବାସୀ । 

You Can Read:

ଭିରୁଡା ଗ୍ରାମରେ ଅବକାରୀ ବିଭାଗର ଚଢାଉ : ଚୋରା ଦେଶୀ ମଦ ଜବତ ସହ ପୋଚ ନଷ୍ଟ