ନୂଆଗଡ ବ୍ଲକ ଉଦୟପୁର ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମଣ୍ଡି୨୧/୮(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ଉଦୟପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀବରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଉଦୟପୁର ଗ୍ରାମ ପଞ୍ଚାୟତ […] The post ନୂଆଗଡ ବ୍ଲକ ଉଦୟପୁର ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ। appeared first on Odisha.News.

ନୂଆଗଡ ବ୍ଲକ ଉଦୟପୁର ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମଣ୍ଡି୨୧/୮(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ଉଦୟପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀବରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଉଦୟପୁର ଗ୍ରାମ ପଞ୍ଚାୟତ ସମେତ କିରାମା, ଅନୁଗୁରୁ ଓ ପାରିମେଲା ପଞ୍ଚାୟତର ସମୁଦାୟ ମୋଟ- ୮୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୩ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୫୩ ଗୋଟି ଓ ୫ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ଏବଂ ପାଞ୍ଚ ଜଣଙ୍କୁ ୨୨ ହଜାର ଟଙ୍କା ଆର୍ଥିକସହାୟତା ପ୍ରଦାନ କରାଯାଇଥିବା ବେଳେ ୬ ଜଣଙ୍କୁ ଜଙ୍ଗଲ ଜମିପଟ୍ଟା ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମିପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଶ୍ରୀମତୀ ମାଳତୀ ପ୍ରଧାନ, ଅଧ୍ୟକ୍ଷା,ପଞ୍ଚାୟତ ସମିତି ନୂଆଗଡ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର, ଡେପୁଟି କଲେକ୍ଟର ଶ୍ରୀ କମଳକାନ୍ତ ପଣ୍ଡା, ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

The post ନୂଆଗଡ ବ୍ଲକ ଉଦୟପୁର ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ। appeared first on Odisha.News.