ନୂଆବର୍ଷ ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨୦୨୫ ଇଂରାଜୀ ନୂତନ ବର୍ଷରେ ଆନୁଷ୍ଠାନିକ ଭାବରେ କୌଣସି ଉତ୍ସବ/ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ ମୁଖ୍ୟମନ୍ତ୍ରୀ । ଏନେଇ ତାଙ୍କ ଏକ୍ସ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ଯୋଗୁଁ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ ତଥା ଅଦିନିଆ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ଫସଲ ହାନୀ ପରିପ୍ରେକ୍ଷୀରେ ଶୁଭେଚ୍ଛୁ ଓ ହିତାକାଂକ୍ଷୀମାନେ […]

ଭୁବନେଶ୍ୱର : ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨୦୨୫ ଇଂରାଜୀ ନୂତନ ବର୍ଷରେ ଆନୁଷ୍ଠାନିକ ଭାବରେ କୌଣସି ଉତ୍ସବ/ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ ମୁଖ୍ୟମନ୍ତ୍ରୀ । ଏନେଇ ତାଙ୍କ ଏକ୍ସ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ଯୋଗୁଁ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ ତଥା ଅଦିନିଆ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ଫସଲ ହାନୀ ପରିପ୍ରେକ୍ଷୀରେ ଶୁଭେଚ୍ଛୁ ଓ ହିତାକାଂକ୍ଷୀମାନେ ନବବର୍ଷରେ କୌଣସି ପ୍ରକାର ଫୁଲତୋଡ଼ା, ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନେଇ ନ ଆସିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।