ନୂତନ ରାଶନ କାର୍ଡ ପ୍ରସ୍ତୁତି ନିମନ୍ତେ ଇ-କେୱାଇସି ଯାଞ୍ଚ ଜରୁରୀ

କେନ୍ଦୁଝର, ୨୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ନୂତନ ରାସନ କାର୍ଡ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ବର୍ତ୍ତମାନ ନୂତନ ରାଶନ କାର୍ଡ ପ୍ରସ୍ତୁତି କରାଯାଉଛି। ଏହି ପରିପ୍ରେକ୍ଷୀରେ ନୂତନ ରାଶନ କାର୍ଡ ପ୍ରସ୍ତୁତ ନିମନ୍ତେ ପରିବାରର ସମସ୍ତ ସଦସ୍ୟଙ୍କ ଇ- କେୱାଇସି ଯାଞ୍ଚ ନିହାତି ଜରୁରୀ ଅଟେ। ଏଣୁ ଜିଲାର ସମସ୍ତ ଆବେଦନକାରୀ ନିଜ ବ୍ଲକ କିମ୍ବା ପୌରାଞ୍ଚଳରେ ଥିବା […] The post ନୂତନ ରାଶନ କାର୍ଡ ପ୍ରସ୍ତୁତି ନିମନ୍ତେ ଇ-କେୱାଇସି ଯାଞ୍ଚ ଜରୁରୀ appeared first on Dharitri Odia News.

ନୂତନ ରାଶନ କାର୍ଡ ପ୍ରସ୍ତୁତି ନିମନ୍ତେ ଇ-କେୱାଇସି ଯାଞ୍ଚ ଜରୁରୀ

କେନ୍ଦୁଝର, ୨୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ନୂତନ ରାସନ କାର୍ଡ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ବର୍ତ୍ତମାନ ନୂତନ ରାଶନ କାର୍ଡ ପ୍ରସ୍ତୁତି କରାଯାଉଛି। ଏହି ପରିପ୍ରେକ୍ଷୀରେ ନୂତନ ରାଶନ କାର୍ଡ ପ୍ରସ୍ତୁତ ନିମନ୍ତେ ପରିବାରର ସମସ୍ତ ସଦସ୍ୟଙ୍କ ଇ- କେୱାଇସି ଯାଞ୍ଚ ନିହାତି ଜରୁରୀ ଅଟେ। ଏଣୁ ଜିଲାର ସମସ୍ତ ଆବେଦନକାରୀ ନିଜ ବ୍ଲକ କିମ୍ବା ପୌରାଞ୍ଚଳରେ ଥିବା ଯୋଗାଣ ନିରୀକ୍ଷକଙ୍କ ସହ ଯୋଗାଯୋଗ କରି ଯଥାଶୀଘ୍ର ଇ-କେୱାଇସି ଯାଞ୍ଚ କରାଇ ନେବା ପାଇଁ କେନ୍ଦୁଝର ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ଜାରି କରାଯାଇଛି।

The post ନୂତନ ରାଶନ କାର୍ଡ ପ୍ରସ୍ତୁତି ନିମନ୍ତେ ଇ-କେୱାଇସି ଯାଞ୍ଚ ଜରୁରୀ appeared first on Dharitri Odia News.