ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ ଗସ୍ତ କରି ସହରର ବିଭିନ୍ନ ସ୍ଥାନରେ ଅବସ୍ଥିତ ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ଜନ୍ମ ସ୍ଥାନ ସଂଗ୍ରହାଳୟ ଯାଇଥିଲେ । ସେଠାରେ ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କର ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଥିଲେ। ଏଥି ସହିତ ସେ ନେତାଜୀ ସଂଗ୍ରହାଳୟ ପରିଦର୍ଶନ କରିଥିଲେ। […] The post ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ appeared first on KNews Odisha.

କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ ଗସ୍ତ କରି ସହରର ବିଭିନ୍ନ ସ୍ଥାନରେ ଅବସ୍ଥିତ ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ଜନ୍ମ ସ୍ଥାନ ସଂଗ୍ରହାଳୟ ଯାଇଥିଲେ । ସେଠାରେ ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କର ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଥିଲେ। ଏଥି ସହିତ ସେ ନେତାଜୀ ସଂଗ୍ରହାଳୟ ପରିଦର୍ଶନ କରିଥିଲେ।
ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମ ସଂଗ୍ରହାଳୟ ଟ୍ରଷ୍ଟ ପକ୍ଷରୁ ତାଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସ୍ଵାଗତ କରାଯାଇଥିଲା। ସେହିଭଳି ବିଭିନ୍ନ ସଂଗଠନ ଓ ବହୁ ବିଶିଷ୍ଟ ବ୍ୟକ୍ତି ମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ। ପରେ ପରେ ସେ ବକ୍ସିବଜାର ସ୍ଥିତ ସମାଜ ଅଫିସ ଯାଇ ଉତ୍କଳ ମଣି ଗୋପବନ୍ଧୁ ଦାସ ଏବଂ ପଦ୍ମଶ୍ରୀ ରାଧାନାଥ ରଥଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ। ପରେ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କ୍ୟାଣ୍ଟନମେଣ୍ଟ ରୋଡ ସ୍ଥିତ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଥିଲ। ଶେଷରେ ମୁଖ୍ୟମନ୍ତ୍ରୀ କଟକ ସଦର ସ୍ଥିତ ଗତି ରାଉତପାଟଣା ରେ ଥିବା RSSର ଏକ କାଯ୍ୟକ୍ରମରେ ଯୋଗ ଦେଇଥିଲେ ।
The post ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ appeared first on KNews Odisha.