ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଅଭିଯୁକ୍ତକୁ ଗିରଫ ଦାବିରେ ବିକ୍ଷୋଭ

ବରଗଡ଼ ୨୧/୦୧: ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ମୁମୂର୍ଷୁ  ଅବସ୍ଥାରେ ଉଦ୍ଧାର ଘଟଣା । ଘଟଣାକୁ ସପ୍ତାହେ ବିତିଯାଇଥିଲେ ସୁଦ୍ଧା ପୋଲିସ୍‌ ସୋମବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ ବିଜେପୁର ବ୍ଲକ ପୁଟୁକାର ସର୍ଜନ ଡନସେନା, ପ୍ରହଲ୍ଲାଦ ଦାଶ ଏବଂ ଜଗଦଲପୁର ଥାନା ଅନ୍ତର୍ଗତ ଧୂମାଭଟାର ଜୟକୃଷ୍ଣ ଡନସେନା । ହେଲେ ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର ଅଛି । ଯୁବତୀ ନିଖୋଜ ଘଟଣାର ୯ଦିନ ପରେ ବି ପୋଲିସ୍‌ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିବାରେ ବିଫଳ ହୋଇଛି । ଏହାର ପ୍ରତିବାଦରେ ମଙ୍ଗଳବାର ୧୨ ଘଣ୍ଟିଆ  ବରଗଡ଼ ବନ୍ଦ ଡାକରା ଦିଆଯାଇଛି । ବିଜେଡି, ବ୍ୟବସାୟୀ ସଂଘ, ବିଭିନ୍ନ ସାମାଜିକ ସଙ୍ଗଠନ ସମେତ ୩୦ ରାଜନୈତିକ ଓ ଅଣରାଜନୈତିକ ସଙ୍ଗଠନ ଏହାକୁ ସମର୍ଥନ ଜଣାଇଛନ୍ତି । ସକାଳୁ ସହର ବିଭିନ୍ନ ଛକରେ ବନ୍ଦ ପାଳନ ହେଉଥିବାର ଦେଖିବାକୁ ମିଳିଛି। ବିଭିିନ୍ନ ସଂଗଠନ ପକ୍ଷରୁ ପିକେଟିଂ ସହ ରାସ୍ତାରୋକ କରୁଛନ୍ତି। ଅତ୍ୟାବଶ୍ୟକ ସେବା ଓ ଜରୁରୀ କାଳୀନ ସେବାକୁ ବାଦ ଦେଇ ବିଭିନ୍ନ ସ୍କୁଲ କଲେଜ ସରକାରୀ ବେସରକାରୀ ଅନୁଷ୍ଠାନ କାର୍ଯ୍ୟାଳୟ ସକାଳ ୬ ଟା ରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ବନ୍ଦ ରହିବ ।

ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଅଭିଯୁକ୍ତକୁ ଗିରଫ ଦାବିରେ ବିକ୍ଷୋଭ

ବରଗଡ଼ ୨୧/୦୧: ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ମୁମୂର୍ଷୁ  ଅବସ୍ଥାରେ ଉଦ୍ଧାର ଘଟଣା । ଘଟଣାକୁ ସପ୍ତାହେ ବିତିଯାଇଥିଲେ ସୁଦ୍ଧା ପୋଲିସ୍‌ ସୋମବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ ବିଜେପୁର ବ୍ଲକ ପୁଟୁକାର ସର୍ଜନ ଡନସେନା, ପ୍ରହଲ୍ଲାଦ ଦାଶ ଏବଂ ଜଗଦଲପୁର ଥାନା ଅନ୍ତର୍ଗତ ଧୂମାଭଟାର ଜୟକୃଷ୍ଣ ଡନସେନା । ହେଲେ ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର ଅଛି । ଯୁବତୀ ନିଖୋଜ ଘଟଣାର ୯ଦିନ ପରେ ବି ପୋଲିସ୍‌ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିବାରେ ବିଫଳ ହୋଇଛି । 

ଏହାର ପ୍ରତିବାଦରେ ମଙ୍ଗଳବାର ୧୨ ଘଣ୍ଟିଆ  ବରଗଡ଼ ବନ୍ଦ ଡାକରା ଦିଆଯାଇଛି । ବିଜେଡି, ବ୍ୟବସାୟୀ ସଂଘ, ବିଭିନ୍ନ ସାମାଜିକ ସଙ୍ଗଠନ ସମେତ ୩୦ ରାଜନୈତିକ ଓ ଅଣରାଜନୈତିକ ସଙ୍ଗଠନ ଏହାକୁ ସମର୍ଥନ ଜଣାଇଛନ୍ତି । ସକାଳୁ ସହର ବିଭିନ୍ନ ଛକରେ ବନ୍ଦ ପାଳନ ହେଉଥିବାର ଦେଖିବାକୁ ମିଳିଛି। 

ବିଭିିନ୍ନ ସଂଗଠନ ପକ୍ଷରୁ ପିକେଟିଂ ସହ ରାସ୍ତାରୋକ କରୁଛନ୍ତି। ଅତ୍ୟାବଶ୍ୟକ ସେବା ଓ ଜରୁରୀ କାଳୀନ ସେବାକୁ ବାଦ ଦେଇ ବିଭିନ୍ନ ସ୍କୁଲ କଲେଜ ସରକାରୀ ବେସରକାରୀ ଅନୁଷ୍ଠାନ କାର୍ଯ୍ୟାଳୟ ସକାଳ ୬ ଟା ରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ବନ୍ଦ ରହିବ ।