ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷିତ, ବୁମରା ଉପଅଧିନାୟକ ନିଯୁକ୍ତ

ନୂଆଦିଲ୍ଳୀ: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଭାରତୀୟ ଟେଷ୍ଟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କ ନେତୃତ୍ଵାଧୀନ ଘୋଷିତ ୧୫ ଜଣିଆ ଦଳରେ ଯଶପ୍ରୀତ ବୁମରାଙ୍କୁ ଉପ ଅଧିନାୟକ ନିଯୁକ୍ତ କରାଯାଇଛି। ନିକଟରେ ଭାରତୀୟ ଦଳ ଘରୋଇ ମାଟିରେ ବାଂଲାଦେଶ ବିପକ୍ଷରେ ୨-୦ରେ ଟେଷ୍ଟ ସିରିଜ୍ ଜିତିଥିଲା। ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ୍‌ରେ ସାମିଲ ସେହି ସମାନ ଖେଳାଳିଙ୍କୁ ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଘୋଷିତ ଦଳରେ ସାମିଲ କରାଯାଇଛି। ଏହି ସିରିଜ୍‌ ପାଇଁ ଓପନର ଦାୟିତ୍ଵ ରୋହିତ ଶର୍ମା ଓ ଯଶସ୍ଵୀ ଜୟସ୍ଵାଲ ସମ୍ଭାଳିବେ। ଏହା ପରେ ଶୁଭମନ ଗିଲ୍, ବିରାଟ କୋହଲି, କେଏଲ ରାହୁଲ ଓ ସରଫରାଜ ଖାନଙ୍କ ପରି ବ୍ୟାଟରଙ୍କୁ ସାମିଲ କରାଯାଇଛି। ଓ୍ଵିକେଟ୍ କିପର ଭାବେ ଋଷଭ ପନ୍ତ  ଓ ଧ୍ରୁବ ଜୁରେଲଙ୍କୁ ଚୟନ କରାଯାଇଛି। ରବିଚନ୍ଦ୍ରନ ଅଶ୍ଵିନ, ରବୀନ୍ଦ୍ର  ଜାଡ଼େଜା, ଅକ୍ଷର ପଟେଲ୍ ଓ କୁଲଦୀପ ଯାଦବ ସ୍ପିନ ବିଭାଗ ସମ୍ଭାଳିବେ। ଦ୍ରୁତ ବୋଲର ଭାବେ ଯଶପ୍ରୀତ ବୁମରା, ମହମ୍ମଦ ସିରାଜ ଓ ଆକାଶ ଦୀପଙ୍କ ପରି ବୋଲର ରହିଛନ୍ତି। ଚୟନକର୍ତ୍ତା ଏହି ସିରିଜ୍ ପାଇଁ ଯଶପ୍ରୀତ ବୁମରାଙ୍କୁ ଉପ ଅଧିନାୟକ ଚୟନ କରି ବଡ଼ ସଙ୍କେତ ଦେଇଛନ୍ତି। ରୋହିତଙ୍କ ପରେ ଭାରତୀୟ ଟେଷ୍ଟ ଦଳର ଅଧିନାୟକ ଦାୟିତ୍ଵ ଯଶପ୍ରୀତ ବୁମରାଙ୍କୁ ମିଳିପାରେ। ୧୫ ଜଣିଆ ଭାରତୀୟ

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷିତ, ବୁମରା ଉପଅଧିନାୟକ ନିଯୁକ୍ତ

ନୂଆଦିଲ୍ଳୀ: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଭାରତୀୟ ଟେଷ୍ଟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କ ନେତୃତ୍ଵାଧୀନ ଘୋଷିତ ୧୫ ଜଣିଆ ଦଳରେ ଯଶପ୍ରୀତ ବୁମରାଙ୍କୁ ଉପ ଅଧିନାୟକ ନିଯୁକ୍ତ କରାଯାଇଛି। ନିକଟରେ ଭାରତୀୟ ଦଳ ଘରୋଇ ମାଟିରେ ବାଂଲାଦେଶ ବିପକ୍ଷରେ ୨-୦ରେ ଟେଷ୍ଟ ସିରିଜ୍ ଜିତିଥିଲା। 

ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ୍‌ରେ ସାମିଲ ସେହି ସମାନ ଖେଳାଳିଙ୍କୁ ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଘୋଷିତ ଦଳରେ ସାମିଲ କରାଯାଇଛି। ଏହି ସିରିଜ୍‌ ପାଇଁ ଓପନର ଦାୟିତ୍ଵ ରୋହିତ ଶର୍ମା ଓ ଯଶସ୍ଵୀ ଜୟସ୍ଵାଲ ସମ୍ଭାଳିବେ। ଏହା ପରେ ଶୁଭମନ ଗିଲ୍, ବିରାଟ କୋହଲି, କେଏଲ ରାହୁଲ ଓ ସରଫରାଜ ଖାନଙ୍କ ପରି ବ୍ୟାଟରଙ୍କୁ ସାମିଲ କରାଯାଇଛି। ଓ୍ଵିକେଟ୍ କିପର ଭାବେ ଋଷଭ ପନ୍ତ  ଓ ଧ୍ରୁବ ଜୁରେଲଙ୍କୁ ଚୟନ କରାଯାଇଛି। ରବିଚନ୍ଦ୍ରନ ଅଶ୍ଵିନ, ରବୀନ୍ଦ୍ର  ଜାଡ଼େଜା, ଅକ୍ଷର ପଟେଲ୍ ଓ କୁଲଦୀପ ଯାଦବ ସ୍ପିନ ବିଭାଗ ସମ୍ଭାଳିବେ। ଦ୍ରୁତ ବୋଲର ଭାବେ ଯଶପ୍ରୀତ ବୁମରା, ମହମ୍ମଦ ସିରାଜ ଓ ଆକାଶ ଦୀପଙ୍କ ପରି ବୋଲର ରହିଛନ୍ତି। 

ଚୟନକର୍ତ୍ତା ଏହି ସିରିଜ୍ ପାଇଁ ଯଶପ୍ରୀତ ବୁମରାଙ୍କୁ ଉପ ଅଧିନାୟକ ଚୟନ କରି ବଡ଼ ସଙ୍କେତ ଦେଇଛନ୍ତି। ରୋହିତଙ୍କ ପରେ ଭାରତୀୟ ଟେଷ୍ଟ ଦଳର ଅଧିନାୟକ ଦାୟିତ୍ଵ ଯଶପ୍ରୀତ ବୁମରାଙ୍କୁ ମିଳିପାରେ। 

୧୫ ଜଣିଆ ଭାରତୀୟ ଦଳ

ରୋହିତ ଶର୍ମା(ଅଧିନାୟକ), ଯଶପ୍ରୀତ ବୁମରା(ଉପଅଧିନାୟକ), ଯଶସ୍ଵୀ ଜୟସ୍ଵାଲ, ଶୁଭମନ ଗିଲ୍, ବିରାଟ କୋହଲି, କେଏଲ ରାହୁଲ, ସରଫରାଜ ଖାନ, ଋଷଭ ପନ୍ତ(ଓ୍ଵିକେଟ୍ କିପର), ଧ୍ରୁବ ଜୁରେଲ(ଓ୍ଵିକେଟ କିପର), ରବିଚନ୍ଦ୍ରନ ଅଶ୍ଵିନ, ରବୀନ୍ଦ୍ର ଜାଡ଼େଜା, ଅକ୍ଷର ପଟେଲ୍, କୁଲଦୀପ ଯାଦବ, ମହମ୍ମଦ ସିରାଜ ଓ ଆକାଶ ଦୀପ।