ପଞ୍ଚଭୂତରେ ବିଲୀନ ହେଲେ ରତନ ଟାଟା

ମୁମ୍ବାଇ,୧୦ା୧୦: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ଅନ୍ତିମ ସଂସ୍କାର ରାଜକୀୟ ସମ୍ମାନ ସହିତ ମୁମ୍ବାଇର ୱର୍ଲି ସ୍ମଶାନରେ କରାଯାଇଛି। ଟାଟା ସନ୍ସର ସମ୍ମାନିତ ପୂର୍ବତନ ଚେୟାରମ୍ୟାନ୍ ରତନ ଟାଟାଙ୍କର ୮୬ ବର୍ଷ ବୟସରେ ବୁଧବାର ରାତିରେ ଦେହାନ୍ତ ହୋଇଛି। ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କର ମୃତଦେହକୁ ଶେଷ ଦର୍ଶନ ପାଇଁ ମୁମ୍ବାଇର ଏନସିପିଏ ଗ୍ରାଉଣ୍ଡରେ ଗୁରୁବାର ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ରଖାଯାଇଥିଲା। ଯେଉଁଠାରେ ବହୁ ସଂଖ୍ୟକ ଲୋକ ତାଙ୍କୁ […] The post ପଞ୍ଚଭୂତରେ ବିଲୀନ ହେଲେ ରତନ ଟାଟା appeared first on Dharitri Odia News.

ପଞ୍ଚଭୂତରେ ବିଲୀନ ହେଲେ ରତନ ଟାଟା

ମୁମ୍ବାଇ,୧୦ା୧୦: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ଅନ୍ତିମ ସଂସ୍କାର ରାଜକୀୟ ସମ୍ମାନ ସହିତ ମୁମ୍ବାଇର ୱର୍ଲି ସ୍ମଶାନରେ କରାଯାଇଛି। ଟାଟା ସନ୍ସର ସମ୍ମାନିତ ପୂର୍ବତନ ଚେୟାରମ୍ୟାନ୍ ରତନ ଟାଟାଙ୍କର ୮୬ ବର୍ଷ ବୟସରେ ବୁଧବାର ରାତିରେ ଦେହାନ୍ତ ହୋଇଛି। ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କର ମୃତଦେହକୁ ଶେଷ ଦର୍ଶନ ପାଇଁ ମୁମ୍ବାଇର ଏନସିପିଏ ଗ୍ରାଉଣ୍ଡରେ ଗୁରୁବାର ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ରଖାଯାଇଥିଲା। ଯେଉଁଠାରେ ବହୁ ସଂଖ୍ୟକ ଲୋକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଶେଷ ଦର୍ଶନ ପରେ ତାଙ୍କର ଅନ୍ତିମ ସଂସ୍କାର ପାଇଁ ୱର୍ଲି ଅଭିମୁଖେ ନିଆଯାଇଥିଲା। ଏହି ସମୟରେ ରାସ୍ତାର ଦୁଇ ପାର୍ଶ୍ୱରେ ହଜାର ହଜାର ଲୋକେ ଛିଡା ହୋଇ ରତନଙ୍କୁ ଅନ୍ତିମ ବିଦାୟ ଦେଉଥିଲେ। ଏକଦା ମୁମ୍ବାଇରେ ଜନ୍ମିତ ଛୋଟୁ ଟାଟା କମ୍ପାନୀକୁ ଏକ ବୈଶ୍ଵିକ ବ୍ରାଣ୍ଡରେ ପରିଣତ କରିଥିଲେ।

ରତନଙ୍କ ଶେଷ ଯାତ୍ରାରେ ଦେଶର ପ୍ରମୁଖ ରାଜନୀତିଜ୍ଞ ତଥା ମୁକେଶ ଅମ୍ବାନୀ ଏବଂ ଗୌତମ ଆଦାନିଙ୍କ ପରି ଶିଳ୍ପପତି ଯୋଗ ଦେଇଥିଲେ। ରତନଙ୍କ ବିୟୋଗରେ ମହାରାଷ୍ଟ୍ର ସରକାର ଦିନିକିଆ ଶୋକ ଘୋଷଣା କରିଥିଲେ। ରତନ ତାଙ୍କର ସରଳ ଜୀବନଶୈଳୀ ଏବଂ ଉଦାର ମାନବିକତା ପାଇଁ ବିଶ୍ୱରେ ପରିଚିତ।

The post ପଞ୍ଚଭୂତରେ ବିଲୀନ ହେଲେ ରତନ ଟାଟା appeared first on Dharitri Odia News.