ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା! ବୁଦା ମୂଳରୁ ମିଳିଲା ମୃତଦେହ
ନବରଙ୍ଗପୁର,୧୮।୯(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ସଦର ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟରେ ଥିବା ଏକ ମୋବାଇଲ ଟାୱାର ପାଖରେ ଥିବା ବୁଦା ମୂଳରୁ ଜଣେ ୧୧ ବର୍ଷୀୟା ନାବାଳିକାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ସେ ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିଲେ। ପାରିପାର୍ଶ୍ୱିକ ସ୍ଥିତିରୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ତେନ୍ତୁଳିଖୁଣ୍ଟି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରୁଛି। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ନାବାଳିକା ଜଣକ ମଧ୍ୟାହ୍ନରେ […] The post ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା! ବୁଦା ମୂଳରୁ ମିଳିଲା ମୃତଦେହ appeared first on Dharitri Odia News.
ନବରଙ୍ଗପୁର,୧୮।୯(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ସଦର ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟରେ ଥିବା ଏକ ମୋବାଇଲ ଟାୱାର ପାଖରେ ଥିବା ବୁଦା ମୂଳରୁ ଜଣେ ୧୧ ବର୍ଷୀୟା ନାବାଳିକାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ସେ ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିଲେ। ପାରିପାର୍ଶ୍ୱିକ ସ୍ଥିତିରୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ତେନ୍ତୁଳିଖୁଣ୍ଟି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରୁଛି।
ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ନାବାଳିକା ଜଣକ ମଧ୍ୟାହ୍ନରେ ଶୌଚ ପାଇଁ ଯାଉଛି କହି ଘରୁ ବାହାରିଥିଲେ। ବହୁ ସମୟ ଧରି ଝିଅ ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ଝିଅର ସମସ୍ତ ସାଙ୍ଗସାଥି ଏବଂ ପଡୋଶୀଙ୍କୁ ଯୋଗାଯୋଗ କରିବା ପରେ ମଧ୍ୟ କୌଣସି ସୂଚନା ମିଳି ନ ଥିଲା। ପରେ ବୋହୁ ଖୋଜଖୋଜି କରି ରାତି ପ୍ରାୟ ୮ଟାରେ ଗ୍ରାମରେ ଥିବା ମୋବାଇଲ ଟାୱାର ନିକଟରେ ଝିଅର ମୃତଶରୀର ପଡିଥିବା ଦେଖିବାକୁ ପାଇଥିଲେ। ଏ ନେଇ ସଙ୍ଗେସଙ୍ଗେ ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ। ତେନ୍ତୁଳିଖୁଣ୍ଟି ଥାନା ଅଧିକାରୀ ଗୋପାଳ କୃଷ୍ଣ ଆଗୁପାତ୍ର ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିବା କହିଛନ୍ତି।
The post ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା! ବୁଦା ମୂଳରୁ ମିଳିଲା ମୃତଦେହ appeared first on Dharitri Odia News.