ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ, SCB ମେଡିସିନ ଆଇସିୟୁରେ ଭର୍ତ୍ତି
କଟକ ୧୮/୦୭: ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ । ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଏସ୍ସିବି ଅଣାଯାଇଛି । ଏସସିବିର ମେଡ଼ିସିନ ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି । କିଡନୀ ଜନିତ ସମସ୍ୟା ସହ ଜ୍ୱର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ । ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି । ସୂଚନା ଥାଉକି, ଗତ ମାର୍ଚ୍ଚ ମାସରେ ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ ପ୍ରଥମେ ଜୟପୁର ଜିଲ୍ଲା ଚିକିତ୍ସାଳୟ ଓ ପରେ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ଏସ୍ସିବି ଆଇସିୟୁରେ ଭର୍ତ୍ତି ତାଙ୍କର ଚିକିତ୍ସା ଚାଲିଥିଲା । ଏମିତିକି ତାଙ୍କୁ ବହୁ ତୁଙ୍ଗ ନେତା ଯାଇ ଭେଟି ଆସିଥିଲେ । ଡାକ୍ତରଖାନା ଯାଇ ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ସାକ୍ଷାତ କରି ତାଙ୍କର ଚିକିତ୍ସା ସମ୍ପର୍କରେ ଡାକ୍ତରଙ୍କ ସହ ପରାମର୍ଶ କରିଥଲେ । ତାଙ୍କ ଚିକିତ୍ସା ପାଇଁ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ଗଠନ ହୋଇଥିଲା । ପରେ ସେ ସୁସ୍ଥ ହୋଇ ଗରକୁ ଫେରିଥିଲେ । ଏବେ ସେ ପୁଣିଥରେ ଅସୁସ୍ଥ ହୋଇପଡ଼ିଛନ୍ତି । ଚିକିତ୍ସା ପାଇ ତାଙ୍କୁ ଏସ୍ସିବିରେ ଭର୍ତ୍ତି କରାଯାଇଛି ।
କଟକ ୧୮/୦୭: ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ । ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଏସ୍ସିବି ଅଣାଯାଇଛି । ଏସସିବିର ମେଡ଼ିସିନ ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି । କିଡନୀ ଜନିତ ସମସ୍ୟା ସହ ଜ୍ୱର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ । ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି ।
ସୂଚନା ଥାଉକି, ଗତ ମାର୍ଚ୍ଚ ମାସରେ ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ ପ୍ରଥମେ ଜୟପୁର ଜିଲ୍ଲା ଚିକିତ୍ସାଳୟ ଓ ପରେ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ଏସ୍ସିବି ଆଇସିୟୁରେ ଭର୍ତ୍ତି ତାଙ୍କର ଚିକିତ୍ସା ଚାଲିଥିଲା । ଏମିତିକି ତାଙ୍କୁ ବହୁ ତୁଙ୍ଗ ନେତା ଯାଇ ଭେଟି ଆସିଥିଲେ ।
ଡାକ୍ତରଖାନା ଯାଇ ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ସାକ୍ଷାତ କରି ତାଙ୍କର ଚିକିତ୍ସା ସମ୍ପର୍କରେ ଡାକ୍ତରଙ୍କ ସହ ପରାମର୍ଶ କରିଥଲେ । ତାଙ୍କ ଚିକିତ୍ସା ପାଇଁ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ଗଠନ ହୋଇଥିଲା । ପରେ ସେ ସୁସ୍ଥ ହୋଇ ଗରକୁ ଫେରିଥିଲେ । ଏବେ ସେ ପୁଣିଥରେ ଅସୁସ୍ଥ ହୋଇପଡ଼ିଛନ୍ତି । ଚିକିତ୍ସା ପାଇ ତାଙ୍କୁ ଏସ୍ସିବିରେ ଭର୍ତ୍ତି କରାଯାଇଛି ।