ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ; ଡାକ୍ତରଖାନାରେ ଭର୍ତ୍ତି

ପଦ୍ମଶ୍ରୀ କମଳା ପୂଜାରୀ ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ।

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ; ଡାକ୍ତରଖାନାରେ ଭର୍ତ୍ତି

ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ ହୋଇ ପଡ଼ିଛନ୍ତି। ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କ୍ୟାବିନରେ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରୁଛନ୍ତି।

ଜୟପୁର ବିଡିଓ ହସ୍ପିଟାଲ ଯାଇ ତାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ଡାକ୍ତରୀ ଟିମ ସହ ଆଲୋଚନା କରିଥିବା ସୂଚନା ମିଳିଛି। ବର୍ତ୍ତମାନ କମଳାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। ବାର୍ଦ୍ଧକ୍ୟ ଜନିତ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିବା ଜଣାଯାଇଛି। 

ସୂଚନାଯୋଗ୍ୟ, ପଦ୍ମଶ୍ରୀ କମଳା ପୂଜାରୀ ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ।ଏଥିପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନର ସମ୍ମାନିତ କରାଯାଇଥିଲା।