ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ
କେନ୍ଦୁଝର,୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଗ୍ରାମ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହି ଅବସରରେ ବିଧାୟକ ମୋହନ ମାଝି, ଅତିରିକ୍ତ ଜିଲାପାଳ ଯଦୁମଣି ମହଲା, ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲା ପରିଷଦ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଏସ୍ଡିପିଓ ସଦର ମହେନ୍ଦ୍ର ନାଥ ମୁର୍ମୁ, ଜିଲା ସଂସ୍କୃତି ଅଧିକାରୀ ରମେଶ ଚନ୍ଦ୍ର ନାୟକଙ୍କ ସମେତ ବହୁ ପଦାଧିକାରୀ ଓ ସ୍ଥାନୀୟ ଲୋକ ଉପସ୍ଥିତ ରହିଥିଲେ। ତାଙ୍କ ପାର୍ଥିବ ଶରୀରକୁ ଏକ ସୁସଜ୍ଜିତ […] The post ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ appeared first on Dharitri Odia News.
କେନ୍ଦୁଝର,୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଗ୍ରାମ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହି ଅବସରରେ ବିଧାୟକ ମୋହନ ମାଝି, ଅତିରିକ୍ତ ଜିଲାପାଳ ଯଦୁମଣି ମହଲା, ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲା ପରିଷଦ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଏସ୍ଡିପିଓ ସଦର ମହେନ୍ଦ୍ର ନାଥ ମୁର୍ମୁ, ଜିଲା ସଂସ୍କୃତି ଅଧିକାରୀ ରମେଶ ଚନ୍ଦ୍ର ନାୟକଙ୍କ ସମେତ ବହୁ ପଦାଧିକାରୀ ଓ ସ୍ଥାନୀୟ ଲୋକ ଉପସ୍ଥିତ ରହିଥିଲେ। ତାଙ୍କ ପାର୍ଥିବ ଶରୀରକୁ ଏକ ସୁସଜ୍ଜିତ ଗାଡ଼ିରେ ପୁରୁଣାସହର ପରିକ୍ରମା କରି ଶ୍ମଶାନକୁ ନିଆଯାଇଥିଲା। ସେଠାରେ ପୋଲିସ ପ୍ରଶାସନ ପକ୍ଷରୁ ତୋପ ସଲାମୀ ଓ ଗାର୍ଡଅଫ ଅନର ଦିଆଯାଇଥିଲା।
ସୂଚନା ଯୋଗ୍ୟ, ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ୮୮ ବର୍ଷ ବୟସରେ ନିଜ ପୈତୃକ ଘର କେନ୍ଦୁଝର ପୁରୁଣା ସହର ବୈଦରାଜସାହିରେ ଶନିବାର ପରଲୋକ ହୋଇଥିଲା। ସେ କିଛି ମାସ ହେଲା ବାର୍ଦ୍ଧକ୍ୟ ଜନିତ ଅସୁସ୍ଥ ଥିଲେ। କିଛି ଦିନ ତଳେ ଗୁରୁତର ଅବସ୍ଥାରେ ସେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସିତ ହେବା ପରେ ସାମାନ୍ୟ ସୁସ୍ଥ ହୋଇ ଘରକୁ ଫେରି ଥିଲେ। ଶନିବାର ସକାଳ ପ୍ରାୟ ୬ ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମାଗୁଣିଙ୍କ ମୃତ୍ୟୁକୁ ନେଇ ଶୋକର ଛାୟା ଖେଳିଯାଇଛି।
The post ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ appeared first on Dharitri Odia News.